www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟର ୩ଟି ଜିଲ୍ଲାରେ ରହିଛି ସୁନା ଖଣି: ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ବର: ଓଡ଼ିଶାରେ ରହିଛି ସୁନା ଖଣି। ରାଜ୍ୟର ତିନିଟି ଜିଲ୍ଲାରେ ସୁନା ଖଣିର ସନ୍ଧାନ ମିଳିଛି। ବିଧାନସଭାରେ ଆଜି ଏଭଳି କହିଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ। ବିଧାୟକ ସୁଧୀର ସାମଲଙ୍କ ଏକ ପ୍ରଶ୍ନର ଉତ୍ତରରେ ସେ ଏହା କହିଛନ୍ତି। ବିଧାୟକ ସୁଧୀର ସାମଲ ଖଣି ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ ଯେ, ରାଜ୍ୟର କୌଣସି ସ୍ଥାନରେ ସୁନାଖଣିର ସନ୍ଧାନ ମିଳିଛି କି? ଯଦି ମିଳିଛି, ତାର ସବିଶେଷ ବିବରଣୀ ଦେବାକୁ ସେ ଖଣି ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

ଏହାର ଉତ୍ତରରେ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି, ଓଡ଼ିଶାର ୩ ଜିଲ୍ଲା ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର ବିଭିନ୍ନ ଅଞ୍ଚଳରେ ମାଟି ତଳେ ସୁନା ପଥର ଗଚ୍ଛିତ ରହିଛି। ଖଣି ଓ ଭୂତତ୍ତ୍ବ ନିର୍ଦ୍ଦେଶାଳୟ ଓ ଜିଏସଆଇର ଅନୁସନ୍ଧାନରୁ ଏହା ଜଣାପଡ଼ିଛି। ସେ ଆହୁରି କହିଛନ୍ତି ଯେ, ଦେବଗଡ଼ ଜିଲ୍ଲାର ଅଡ଼ାସ ଅଞ୍ଚଳରେ ତମ୍ବା ପଥର ସହ ୧୬୮୫ କେଜି ସୁନା ଗଚ୍ଛିତ ରହିଛି। କେନ୍ଦୁଝର ଜିଲ୍ଲାର ଗୋପୁର, ଗାଜିପୁର, କୁଶକଳା ଆଦି ଅଞ୍ଚଳ ଓ ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡ଼ା, ଇଡେଳକୁଚା, ମାରେଡିହି, ସୁଲେଇପଟ ଓ ବାଦାମ ପାହାଡ଼ ଅଞ୍ଚଳରେ ସୁନାପଥର ଥିବା ଜଣାଯାଇଛି। ତେବେ ସୁନା ପଥର ଭୂପୃଷ୍ଠରୁ ୩୦ରୁ ୬୦ ମିଟର ତଳେ ଥିବା ଜଣାପଡ଼ିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories