www.samajalive.in
Sunday, December 14, 2025
26.1 C
Bhubaneswar

୮ କ୍ଵିଣ୍ଟାଲ ୨୫ କେଜି ଗଞ୍ଜେଇ ଜବତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଫିରିଙ୍ଗିଆ ଥାନା ଅଞ୍ଚଳରେ ଦିନକୁ ଦିନ ଗଞ୍ଜେଇ ଚାଷ ନଷ୍ଟ ଓ ଜବତ ଚାଲିଥିବା ବେଳେ ପୁଣି ଉପର ପାଙ୍ଗା ସାହି ପଞ୍ଚାୟତର ସିକେରି ଗାଁ ଜଙ୍ଗଲ ନିକଟରେ ଏକ କୁଡିଆ ଘରେ ଗଞ୍ଜେଇ ଚାଲାଣ ପାଇଁ ପ୍ରସ୍ତୁତ ଚାଲିଥିବା ବେଳେ ୮ କ୍ଵିଣ୍ଟାଲ ୨୫ କେଜି ଗଞ୍ଜେଇ ଜବତ କରାଯାଇଛି।  ଫିରିଙ୍ଗିଆ ପୁଲିସକୁ ଦେଖି ଚାରି ଜଣ ଗଞ୍ଜେଇ ମାଫିଆ ଫେରାର ହେବାର ସକ୍ଷମ ହେଇ ଥିବା ପୁଲିସ ସୂତ୍ରରୁ ଜଣା ପଡ଼ିଛି । ପୁଲିସ କହିବା ଅନୁସାରେ ଗଞ୍ଜେଇ ଚାଲାଣ ପାଇଁ ପ୍ରସ୍ତୁତି ଚାଲିଥିବା ବିଶ୍ଵସ୍ତ ସୂତ୍ରରୁ ଖବର ପାଇ  ଥାନା ଅଧିକାରୀ ତପନ କୁମାର ନାହାକଙ୍କ ନେତୃତ୍ୱରେ ଏକ ଟିମ୍ ଉପରପାଙ୍ଗା ସାହି ପଞ୍ଚାୟତର ଶିକେରୀ ଗାଁରେ ପହଞ୍ଚିଥିବା ବେଳେ ଘଟଣା ସ୍ଥଳରୁ ୮କ୍ଵିଣ୍ଟାଲ ୨୫ କେଜି ଗଞ୍ଜେଇ ଜବତ କରିଥିବା ସକ୍ଷମ ହୋଇଥିଲା । ଅନ୍ୟ ପଟେ ଏହି ଘଟଣାରେ ଥାନାରେ ୩୫/୨୩ ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚାଲୁ ରହିଥିବା  ଥାନା ଅଧିକାରୀ ତପନ କୁମାର ନାହାକ ସୂଚନା ଦେଇଛନ୍ତି ।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories