www.samajalive.in
Saturday, December 13, 2025
17.1 C
Bhubaneswar

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମନୀଷ ସିସୋଦିଆ

ନୂଆଦିଲ୍ଲୀ: ଆଜି ଦିଲ୍ଲୀ ଉପମୁଖମନ୍ତ୍ରୀ ପଦରୁ ମନୀଷ ସିସୋଦିଆ ଇସ୍ତଫା ଦେଇଛନ୍ତି। ସେହିପରି ଦିଲ୍ଲୀ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଉଭୟଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗ୍ରହଣ କରିଥିବା ସୂଚନା ମିଳିଛି। ମନୀଷ ଓ ସତ୍ୟେନ୍ଦ୍ର ଉଭୟ ଏବେ ଦୁର୍ନୀତି ମାମଲାରେ ବିଚାରବିଭାଗୀୟ ହାଜତରେ ରହିଛନ୍ତି ।
ପୂର୍ବରୁ ଦିଲ୍ଲୀ ମଦ ନୀତି ଘୋଟାଲା ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗିରଫ ହୋଇଥିଲେ। ଦିଲ୍ଲୀ ଅବକାରୀ ନୀତି ପ୍ରଣୟନରେ ଅନିୟମିତତା ଅଭିଯୋଗରେ ସିବିଆଇ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଜେରା କରିଥିଲା। ଜେରା ସମୟରେ ସିସୋଦିଆଙ୍କ ଉତ୍ତର ସନ୍ତୋଷଜନକ ନଥିବା ସିବିଆଇ କହିଥିଲା।
ଆଜି ଦିଲ୍ଲୀ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସୁପ୍ରିମକୋର୍ଟରୁ ବଡ ଝଟକା ଲାଗିଥିଲା। ସିବିଆଇ ଗିରଫଦାରୀକୁ ବିରୋଧ କରି ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ସିସୋଦିଆ । ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି ଦିଲ୍ଲୀ ହାଇକୋର୍ଟ କରିବ ବୋଲି ସ୍ପଷ୍ଟ କରିଦେଇଥିଲେ ।

ବିଜେପି ତରଫରୁ ଲଗାତର ଭାବେ ଏହି ଦୁଇଜଣମନ୍ତ୍ରୀ ମନୀଷ ଓ ସତ୍ୟେନ୍ଦ୍ରଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରାଯାଉଥିଲା। ଏବେ ବିରୋଧୀଙ୍କ ଦାବିକୁ ନଜରରେ ରଖି ଉଭୟ ମନ୍ତ୍ରୀ ଇସ୍ତଫା ଦେଇଥିବା ବେଳେ ଏହାକୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି । ଏନେଇ ଆମ୍ ଆଦମୀ ପାର୍ଟି କହିଛି କି ଏଭଳି ନିଷ୍ପତ୍ତି କୁ ଦିଲ୍ଲୀର ଲକ୍ଷ ଲକ୍ଷ ଅବିଭାବକ ସହଜରେ ଗ୍ରହଣ କରିପାରୁନାହାଁନ୍ତି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories