www.samajalive.in
Monday, December 15, 2025
16.1 C
Bhubaneswar

ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ହେଲେ ନୂଆ ସ୍ବତନ୍ତ୍ର ରିଲିଫ କମିଶନର

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କୁ ନୂଆ ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି) ଏବଂ ଓଡ଼ିଶା ରାଜ୍ୟ ପରିଚାଳନା କର୍ତ୍ତୃପକ୍ଷ ପରିଚାଳନା ନିର୍ଦେଶକ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ନିକୁଞ୍ଜ ଧଳଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଦୀପ ଜେନା ମୁଖ୍ୟ ସଚିବ ଭାବେ ନିଯୁକ୍ତି ପରେ ନିକୁଞ୍ଜ ଧଳଙ୍କୁ ଏସଆରସି ଦାୟିତ୍ବ ଦିଆଯାଇଛି। ନିଜ ପୂର୍ବ ଦାୟିତ୍ବ ସହ ଏସଆରସି ଦାୟିତ୍ବ ନିର୍ବାହ କରିବେ ନିକୁଞ୍ଜ ଧଳ। ୧୯୯୩ ବ୍ୟାଚ ଓଡ଼ିଶା କ୍ୟାଡର ଆଇଏଏସ ନିକୁଞ୍ଜ ବିହାରୀ ଧଳ ଏବେ ଶକ୍ତି ଓ ଅବକାରୀ ସଚିବ ଏବଂ ଗ୍ରୀଡକୋ ଅଧ୍ୟକ୍ଷ ରହିଛନ୍ତି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories