www.samajalive.in
Wednesday, December 10, 2025
15.1 C
Bhubaneswar

ରାଜ୍ୟର କୌଣସି ସଂଗ୍ରହାଳୟର ଟିକେଟ ୧୦ ଟଙ୍କାରୁ ଅଧିକ ହେବ ନାହିଁ

ଭୁବନେଶ୍ବର: ଓଡ଼ିଶା କଳାର ଭୂମି। ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡ଼ିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଆମର ଏହି ମହାନ ଐତିହ୍ୟର ସଂରକ୍ଷଣ ଏବଂ ପ୍ରଚାର ପ୍ରସାର ଦିଗରେ ସଂଗ୍ରହାଳୟଗୁଡିକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି। ଜନସାଧାରଣ, ବିଶେଷ କରି ଯୁବ ସମାଜ, ଛାତ୍ର ସମାଜ ତଥା ପର୍ଯ୍ୟଟକମାନେ ଯେପରି ଆମ କଳା ଓ ସଂସ୍କୃତି ସହିତ ଭଲ ଭାବରେ ପରିଚିତ ହୋଇପାରିବେ, ସେ ଦୃଷ୍ଟିରୁ ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏତଦ୍‌ବ୍ୟତୀତ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆମ ରାଜ୍ୟରେ ଥିବା ସଂଗ୍ରହାଳୟଗୁଡିକ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର୍ଯ୍ୟଟକମାନେ ସେଗୁଡିକ ପରିଦର୍ଶନର ସୁଯୋଗ ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

- Advertisement -

ସୂଚନାଯୋଗ୍ୟ ଯେ, ଭୁବନେଶ୍ବରରେ ରାଜ୍ୟ ସଂଗ୍ରହାଳୟ ସହିତ କଳାଭୂମି, ଆଦିବାସୀ ସଂସ୍କୃତି ଓ ଗବେଷଣା ସଂଗ୍ରହାଳୟ, କଟକରେ ସାମୁଦ୍ରିକ ସଂଗ୍ରହାଳୟ ତଥା ବିଭିନ୍ନ ଜିଲ୍ଲାରେ ଅନେକ ସଂଗ୍ରହାଳୟ ରହିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories