www.samajalive.in
Monday, December 8, 2025
13.1 C
Bhubaneswar

ପିଆଇବିର ପ୍ରମୁଖ ମହାନିର୍ଦ୍ଦେଶକ ହେଲେ ରାଜେଶ ମାଲହୋତ୍ରା

ନୂଆଦିଲ୍ଲୀ : ବରିଷ୍ଠ ଭାରତୀୟ ସୂଚନା ସେବା ଅଧିକାରୀ ରାଜେଶ ମାଲହୋତ୍ରା, ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସତ୍ୟେନ୍ଦ୍ର ପ୍ରକାଶ ଗତକାଲି ଏହି ପଦବୀରୁ ଅବସର ଗ୍ରହଣ କରିବା ପରେ ଶ୍ରୀ ମାଲହୋତ୍ରା ତାଙ୍କ ସ୍ଥାନରେ ଯୋଗ ଦେଇଛନ୍ତି ।
୧୯୮୯ ବ୍ୟାଚର ଭାରତୀୟ ସୂଚନା ସେବା (ଆଇଆଇଏସ) ଅଧିକାରୀ ରାଜେଶ ମାଲହୋତ୍ରା ଏଥିପୂର୍ବରୁ ଜାନୁଆରୀ ୨୦୧୮ ଠାରୁ ଅର୍ଥ ମନ୍ତ୍ରଣାଳୟରେ କାର୍ଯ୍ୟ କରୁଥିଲେ। କୋଭିଡ-୧୯ ମହାମାରୀ ସମୟରେ ଦେଖା ଦେଇଥିବା ଆର୍ଥିକ ଅସନ୍ତୁଳନରୁ ନାଗରିକମାନଙ୍କୁ ସୁରକ୍ଷା ଦେବା ସକାଶେ ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ଆତ୍ମନିର୍ଭର ପ୍ୟାକେଜ ଘୋଷଣା କରାଯାଇଥିଲା। ଏହି ସମୟରେ ଶ୍ରୀ ମାଲହୋତ୍ରା ଅର୍ଥ ମନ୍ତ୍ରଣାଳୟର ଗଣମାଧ୍ୟମ ଏବଂ ଯୋଗାଯୋଗ ନୀତିର ନେତୃତ୍ୱ ନେଇ ଦେଶବାସୀଙ୍କ ନିକଟରେ ଏସବୁ ଯୋଜନାର ବାର୍ତ୍ତା ପହଞ୍ଚାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ଗଣମାଧ୍ୟମ ଓ ଯୋଗାଯୋଗ ରଣନୀତି ପାଇଁ ଯୋଜନା ପ୍ରସ୍ତୁତ କରିବା ଏବଂ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଶ୍ରୀ ମାଲହୋତ୍ରାଙ୍କର ୩୨ ବର୍ଷରୁ ଅଧିକ ସମୟ କାର୍ଯ୍ୟର ଅଭିଜ୍ଞତା ରହିଛି । ସେ ଅର୍ଥ, କମ୍ପାନୀ ବ୍ୟାପାର, କୃଷି, ଶକ୍ତି, କୋଇଲା, ଖଣି, ସଞ୍ଚାର ଓ ଆଇଟି, ବୟନ, ଶ୍ରମ, ନବୀକରଣୀୟ ଓ ଅକ୍ଷୟ ଶକ୍ତି ଆଦି ମନ୍ତ୍ରଣାଳୟ ତଥା ବିଭାଗରେ ଦୀର୍ଘ ଦିନ କାର୍ଯ୍ୟ କରିଛନ୍ତି ।  ସେ ଭାରତର ନିର୍ବାଚନ ଆୟୋଗରେ ୨୧ ବର୍ଷ (୧୯୯୬ରୁ ୨୦୧୭ ପର୍ଯ୍ୟନ୍ତ) ଗଣମାଧ୍ୟମ ଓ ଯୋଗାଯୋଗ ଦାୟିତ୍ୱରେ ଥିଲେ। ସେଠାରେ ସେ ନିର୍ବାଚନ ଆୟୋଗଙ୍କ ଦ୍ବାରା ପରିଚାଳନା କରାଯାଇଥିବା ଛଅଟି ଲୋକସଭା ନିର୍ବାଚନ, ବିଭିନ୍ନ ରାଜ୍ୟର ବିଧାନସଭା ନିର୍ବାଚନ, ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ନିର୍ବାଚନ ସମୟରେ ଗଣମାଧ୍ୟମ ଓ ଯୋଗାଯୋଗ ରଣନୀତି ପାଇଁ ଯୋଜନା ପ୍ରସ୍ତୁତ ଓ କାର୍ଯ୍ୟ କରିଥିଲେ। ନିଜର କାର୍ଯ୍ୟକାଳ ସମୟରେ, ଶ୍ରୀ ମାଲହୋତ୍ରା ୧୨ ଜଣ ମୁଖ୍ୟ ନିର୍ବାଚନ ଆୟୋଗଙ୍କ ସହିତ କାର୍ଯ୍ୟ କରିଛନ୍ତି ।
ଶ୍ରୀ ମାଲହୋତ୍ରା ଗାଜିଆବାଦ ଆଇଏମଟିରୁ ବିଜନେସ ମ୍ୟାନେଜମେଣ୍ଟରେ ସ୍ନାତକୋତ୍ତର ଡିପ୍ଲୋମା ଏବଂ ହାଇଦ୍ରାବାଦର ନାଲସାରରୁ ଗଣମାଧ୍ୟମ ଆଇନରେ ସ୍ନାତକୋତ୍ତର ଡିପ୍ଲୋମା ଡିଗ୍ରୀ ହାସଲ କରିଛନ୍ତି । ସେ କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟରୁ ପବ୍ଲିକ ପଲିସି ଏନାଲିସିସରେ ଏକ ସ୍ବଳ୍ପ ଅବଧି ବିଶିଷ୍ଠ ପାଠ୍ୟକ୍ରମ ଶେଷ କରିଛନ୍ତି। ସେହିପରି ବ୍ରିଟେନର ଥମସନ ଫାଉଣ୍ଡେସନରୁ ଗଣମାଧ୍ୟମ ପରିଚାଳନା ଓ ରଣନୀତି ପାଠ୍ୟକ୍ରମରେ ମଧ୍ୟ ଶିକ୍ଷା ହାସଲ କରିଛନ୍ତି । ନୂଆଦିଲ୍ଲୀ ଠାରେ ଆଇଆଇଏମ ଲକ୍ଷ୍ନୌ ପକ୍ଷରୁ ଆୟୋଜିତ ‘ମାର୍କେଟିଂ : ଦ ୱିନିଂ କନସେପ୍ଟ ଏଣ୍ଡ ପ୍ରାକ୍ଟିସେସ’ରେ ମଧ୍ୟ ଭାଗ ନେଇଥିଲେ । ଶ୍ରୀ ମାଲହୋତ୍ରା ଇନଷ୍ଟିଚ୍ୟୁଟ୍ ଅଫ କମ୍ପାନୀ ସେକ୍ରେଟାରିଜର ଜଣେ ସଦସ୍ୟ ହୋଇଥିବା ବେଳେ ଆଇନରେ ଡିଗ୍ରୀ ହାସଲ କରିଛନ୍ତି।
ମୁଖପାତ୍ର ଭାବେ ଶ୍ରୀ ମାଲହୋତ୍ରାଙ୍କର ‘ଦ୍ୱି-ପାକ୍ଷିକ’ ଯୋଗାଯୋଗ ମାଧ୍ୟମ ପ୍ରତିଷ୍ଠା କରିବାରେ ଅଭିଜ୍ଞତା ରହିଛି ଯେଉଁଥିରେ ଗୋଟିଏ ପକ୍ଷରେ ସରକାର ଏବଂ ଅନ୍ୟ ପକ୍ଷରେ ଗଣମାଧ୍ୟମ ରହିଛନ୍ତି । ବିଭିନ୍ନ ମନ୍ତ୍ରଣାଳୟରେ ନିଜର ଜାଜ୍ଜୁଲ୍ୟମାନ କ୍ୟାରିଅରରେ ବିଭିନ୍ନ ଦାୟିତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ସମୟରେ ସଙ୍କଟପୂର୍ଣ୍ଣ ପରିସ୍ଥିତିର ସଫଳ ମୁକାବିଲା କରିବାର ଅଭିଜ୍ଞତା ତାଙ୍କ ପାଖରେ ରହିଛି । ଗଣମାଧ୍ୟମ କେବଳ ସଠିକ ସୂଚନା ପ୍ରସାର କରାଯିବା ଉଚିତ ବୋଲି ସେ ସୁନିଶ୍ଚିତ କରିଛନ୍ତି। ନିଜର କ୍ୟର୍ଯ୍ୟକାଳ ସମୟରେ ଭାରତରୁ ଯାଉଥିବା ବିଭିନ୍ନ ମନ୍ତ୍ରିସ୍ତରୀୟ ପ୍ରତିନିଧି ଦଳର ସଦସ୍ୟ ଭାବେ ଅନ୍ତର୍ଜାତୀୟ ସମ୍ମିଳନୀ/କାର୍ଯ୍ୟକ୍ରମ ଆୟୋଜନ ସମୟରେ ଗଣମାଧ୍ୟମ ପ୍ରସାର କାର୍ଯ୍ୟରେ ସମନ୍ବୟ ପ୍ରତିଷ୍ଠା କରିବା କ୍ଷେତ୍ରରେ ମଧ୍ୟ ତାଙ୍କର ବ୍ୟାପକ ଅଭିଜ୍ଞତା ରହିଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories