www.samajalive.in
Tuesday, December 9, 2025
16.1 C
Bhubaneswar

ହଟ୍ଟଗୋଳ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଶେଷ, ୧୦ ଯାଏ ଗୃହ ମୁଲତବି

ଡେସ୍କ : ରାଜ୍ୟ ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି । ବାଚସ୍ପତି ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ବୁଧବାର ଗୃହ କାର୍ଯ୍ୟ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା। ବିଜେପି ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ପୂର୍ବାହ୍ନରେ ପ୍ରଶ୍ନକାଳ ଓ ଶୂନକାଳ ମଧ୍ୟ ଚାଲି ପାରି ନ ଥିଲା। ବାଚସ୍ପତି ବାଚସ୍ପତି ବିକ୍ରମ କେଶରୀ ଆରୁଖ ପ୍ରଥମେ ଗୃହକୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ।

ଦିନ୧୧ଟା ୩୦ରେ ଗୃହକାର୍ଯ୍ୟ ଆରମ୍ଭ ହେବା ପରେ ବିଜେପି ସଦସ୍ୟମାନେ ପୁର୍ନବାର ଗୃହ ମଧ୍ୟମକୁ ଆସି ହଟ୍ଟଗୋଳ କରିଥିଲେ।ଏହାପରେ ଗୃହ ସ୍ୱାଭାବିକ ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ। ସର୍ବଦଳୀୟ ବୈଠକ ପରେ ଗୃହ ସ୍ୱାଭାବିକ ହୋଇଥିଲା। ତେବେ କଂଗ୍ରେସ ବିଧାୟକଦଳ ନେତା ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବିରୋଧରେ ସ୍ୱାଧୀକାରଭଙ୍ଗ ନୋଟିସ ଦେଇଥିଲେ। ବାଚସ୍ପତି ଏହାକୁ ଗ୍ରହଣ କରିବା ସହିତ ପରୀକ୍ଷା ନିରୀକ୍ଷା କରି ରୁଲିଂ ଦେବେ ବୋଲି କହିଥିଲେ। ହେଲେ ଏହା ଉପରେ ତୁରନ୍ତ ରୁଲିଂ ଦାବି କରି କଂଗ୍ରେସ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଥିବାବେଳେ ବିଜେପି ସଦସ୍ୟମାନେ ପୁଲିସ ଅତ୍ୟାଚାର ପ୍ରସଙ୍ଗ ଉଠାଇ ଗୃହ ମଧ୍ୟଭାଗକୁ ଆସି ପାଟିତୁଣ୍ଡ କରିଥିଲେ। ହଟ୍ଟଗୋଳ ଜାରି ରହିବାରୁ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ।

- Advertisement -

ଅପରାହ୍ନ ୪ଟାରେ ଗୃହକାର୍ଯ୍ୟ ଆରମ୍ଭ ହେବାପରେ ସ୍ଥିତି ଅପରିବର୍ତ୍ତିତ ରହିବାରୁ ବାଚସ୍ପତି ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଏଥି ସହ  ରାଜ୍ୟ ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି।​‌

 

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories