www.samajalive.in
Monday, December 15, 2025
14.1 C
Bhubaneswar

ଦୁଇ ଗାଡ଼ି ମୁହାଁମୁହିଁ ଧକ୍କା: ଜଣେ ମୃତ, ୨ ଆହତ

ମ.ରାମପୁର: କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକର ବାଞ୍ଜାମୁଣ୍ଡାଠାରେ ଦୁଇ ଗାଡି ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇ ମ.ରାମପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମୃତକ ଜଣକ ହେଲେ ବଲାଙ୍ଗୀର ଜିଲ୍ଲା କୁଦୋପାଲି ଗାଁର ଛୁଟା ବରିହା। ଛୁଟା ଓ ତାଙ୍କ ଅନ୍ୟ ଦୁଇ ଜଣ ସାଙ୍ଗ ମୋହନଗିରୀ ଅଞ୍ଚଳର ମଙ୍ଗଳୁ ବରିହା ଓ ଆନନ୍ଦ ବରିହା ଏକ ବାଇକ୍ ଯୋଗେ ଭୋଜି ଖାଇ ମୋହନଗିରି ଫେରୁଥିଲି। ଏହି ସମୟରେ ସାମନା ପଟୁ ଏକ ଇକୋ ଗାଡି ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଛୁଟାଙ୍କ ମୃତ୍ୟୁ ହୋଇଥିଲା। ଘଟଣା ସ୍ଥଳରେ ମ.ରାମପୁର ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ଏନେଇ ମ.ରାମପୁର ଥାନାରେ ଏକ ମାମଲା ରୁଜୁ ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories