www.samajalive.in
Thursday, December 11, 2025
18.1 C
Bhubaneswar

ଗଞ୍ଜାମରେ ୨୩ ମିଶନ ଶକ୍ତି ମହିଳାଙ୍କୁ ସାଇକେଲ ପ୍ରଦାନ

ଗଞ୍ଜାମ : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ କନଫରେନ୍ସ ହଲରେ ରାଜ୍ୟ ସରକାରଙ୍କ ତରଫରୁ ଗୁରୁବାର ୨୩ଜଣ ମିଶନ ଶକ୍ତି ମହିଳାଙ୍କୁ ସାଇକେଲ ପ୍ରଦାନ କରାଯାଇଛି। ଭର୍ଚୁଆଲ ମାଧ୍ୟମରେ ଭୁବନେଶ୍ୱର ସ୍ଥିତ ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପାଟ୍ଟନାୟକ ଏହି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ। ଭାରତୀ ବିଦ୍ୟାପୀଠରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ସ୍ଵଛ କର୍ମୀ, ସ୍ଵଛ ସାଥି, ସୁପରଭାଇଜର, ଜଳ ସାଥି ଓ ଆହାର କର୍ମୀମାନଙ୍କୁ ସେ ସାଇକେଲ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷା ପ୍ରତିଭା ପାଢ଼ୀ, ଉପାଧ୍ୟକ୍ଷ ସୁରେନ୍ଦ୍ର କୁମାର ବାରିକ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ସିଡିପିଓ ସଲୀଳା ପ୍ରଧାନ ପ୍ରମୁଖଙ୍କ ସହ ବିଭିନ୍ନ ୱାର୍ଡ଼ କାଉନସିଲରମାନେ ଉପସ୍ଥିତ ରହିଥିଲେ। ସିଓ ସ୍ୱପ୍ନାରାଣୀ ମହାପାତ୍ର, ସିଏମଏମ ଭାଗ୍ୟଶ୍ରୀ ନାୟକ, ପରିମଳ ବିଶେଷଜ୍ଞ ସୁମିତ କୁମାର ବେହେରା, ପି ସି ଚିନ୍ମୟ ରଞ୍ଜନ ପୃଷ୍ଟି, କର୍ମଚାରୀ ଟୁଟୁ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

Related Articles

Popular Categories