www.samajalive.in
Sunday, December 14, 2025
15.1 C
Bhubaneswar

ବିଧାନସଭାରେ ଉଠିବ ଚିନ୍ମୟୀ ମୃତ୍ୟୁ ପ୍ରସଙ୍ଗ : ଜୟ ନାରାୟଣ

ଭୁବନେଶ୍ୱର :  ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ପ୍ରସଙ୍ଗ ବିଧାନସଭାରେ ଉଠାଯିବ ବୋଲି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର କହିଛନ୍ତି ।
ଓଡ଼ିଶାରେ ପୁଲିସ ଏବେ ସବୁ କଥାକୁ ଚାପି ଦେଉଛି ବୋଲି ସେ ଅଭିଯୋଗ କରିଛନ୍ତି। ଲୋକଙ୍କ ସନ୍ଦେହ ହେଲା ଭଳି ପୁଲିସ କାମ କରୁଛି। ଚିନ୍ମୟୀଙ୍କର ମୃତ୍ୟୁ ହତ୍ୟା ନା ଆତ୍ମହତ୍ୟା ତାହା ପୁଲିସ ସ୍ପଷ୍ଟ କରିବା ଆବଶ୍ୟକ। ପୁଲିସର ତଦନ୍ତ ପ୍ରକ୍ରିୟା ନେଇ ଶ୍ରୀ ମିଶ୍ର ପ୍ରଶ୍ନ ଉଠାଇଛନ୍ତି।  ତେଣୁ ପୁଲିସ ଉଚିତ ପଦକ୍ଷେପ ନନେଲେ ଚିନ୍ମୟୀ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ପ୍ରସଙ୍ଗ ବିଧାନସଭାରେ ଉଠାଯିବ ବୋଲି ସେ କହିଛନ୍ତି । ରାଜ୍ୟରେ ହତ୍ୟା, ନାରୀ ନିର୍ଯ୍ୟାତନା ଏବଂ ଅପରାଧର ମାତ୍ରା ବଢିଚାଲିଥିବା ବେଳେ ପୁଲିସ ବିଭିନ୍ନ ପ୍ରସଙ୍ଗରେ ଉପଯୁକ୍ତ ତଦନ୍ତ କରିବାରେ ବିଫଳ ହୋଇଥିବା ଶ୍ରୀ ମିଶ୍ର ଅଭିଯୋଗ କରିଛନ୍ତି।

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories