କୋକସରା: ମାର୍ଚ୍ଚ ୫ ତାରିଖରେ ଓଡ଼ିଶାର ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତରେ ଆସୁଛନ୍ତି। ତାଙ୍କ ଗସ୍ତ ପୁର୍ବରୁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସହ ଘନଘନ ଅନୁଧ୍ୟାନ ଚାଲିଛି। ଉପାନ୍ତ ଅଞ୍ଚଳର ରାସ୍ତା ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ରାସ୍ତା ବିଜୁ ଏକ୍ସପ୍ରେସୱେ ଲୋକାର୍ପଣ କାର୍ଯ୍ୟ ସହିତ ବିଭିନ୍ନ ବିକାଶ ମୁଳକ କାର୍ଯ୍ୟ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଏଥି ପାଇଁ ଶୁକ୍ରବାର ରାଜ୍ୟସଭା ସାଂସଦ ସୁଜିତ କୁମାର ଆମପାଣି ଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ, ଏସପି ଏସ.ସୁଶ୍ରୀ, ଅତିରିକ୍ତ ଏସପି ବିଜୟ କୁମାର ନନ୍ଦ, ଧର୍ମଗଡ ବିଧାୟକ ମୌଷଧି ବାଗ, ଜିଲ୍ଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂ ଦେଓ, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ଅବିନାଶ ଠାକୁର, ଜିଲ୍ଲା ବିଜେଡି ଯୁବ ସଭାପତି ଆଦିତ୍ୟ ନନ୍ଦ, ଆମପାଣି ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ, ଧର୍ମଗଡ ଉପଖଣ୍ଡ ପୁଲିସ ଅଧିକାରୀ ଧିରଜ କୁମାର ଚୋପଦାର, କୋକସରା ତହସିଲଦାର ତଥା ଭାରପ୍ରାପ୍ତ ବିଡ଼ିଓ ଦେବବ୍ରତ କରାଟି ସମେତ ପୂର୍ତ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।
Popular Categories



