www.samajalive.in
Sunday, December 14, 2025
26.1 C
Bhubaneswar

ବାଣ ତିଆରି ବେଳେ ବିସ୍ଫୋରଣ – ୪ ମୃତ ୪ ଆହତ

ଭୁବନେଶ୍ୱର – ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭୂଷଣ୍ଡପୁର ଗାଁରେ ବାଣ ତିଆରି ବେଳେ ବିସ୍ଫୋରଣ ଘଟି ୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି । ଏକ ସରକାରୀ ଜାଗାରେ ଏହି ବାଣ ଗୋଦାମ ହୋଇଥିବା ସୂଚନା ମିଳିଛି । ଆହତମାନଙ୍କୁ ପ୍ରଥମେ ଚିକିତ୍ସା ପାଇଁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଦୋଳ ଉତ୍ସବ ପାଇଁ ବାଣ ପ୍ରସ୍ତୁତ ଚାଲିଥିବା ପ୍ରାଥମିକ ସୂଚନା ମିଳିଛି । ବାଣ ତିଆରି ପାଇଁ ଅନୁମତି ନଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି ।

ଏକ ଘରେ ବାଣ ପ୍ରସ୍ତୁତ ଚାଲିଥିବା ବେଳେ ସେଠାରେ ନିଆଁ ଲାଗିଯାଇଥିଲା । ଘର ଭିତରେ ଥିବା ବାଣ ଫୁଟିବାକୁ ଲାଗିବାରୁ ତା ଭିତରେ ଥିବା ୮ ଜଣ ବାହାରକୁ ବାହାରି ପାରି ନଥିଲେ । ପରେ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲା । ଘଟଣାସ୍ଥଳରେ ୪ ଜଣଙ ପୋଡି ହୋଇ ପ୍ରାଣ ହରାଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories