www.samajalive.in
Sunday, December 14, 2025
14.1 C
Bhubaneswar

ଶୁକ୍ରବାର ରାଶିଫଳ ୧୦.୦୩.୨୦୨୩

ମେଷ: ପରିସ୍ଥିତିକୁ ଆକଳନ କରି ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।
ବୃଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ଧାର୍ମିକ ଓ ତେଜସ୍ବୀ ହେବେ।
ମିଥୁନ: ଉଦାର ଚରିତ ସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦହେବ।
କର୍କଟ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ଥଣ୍ଡାକଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
ସିଂହ: ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ସ୍ବଭାବ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
କନ୍ୟା: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ସୈନିକମାନେ ରଣ କ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଧନବାନ୍‌ ହେବେ। ଚିନ୍ତାଧାରା ଉନ୍ନତମାନର ହେବ।
ତୁଳା: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ବ୍ୟବସାୟରୁ ଲାଭ ମିଳିବ।
ବିଛା: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି। କରିତ୍‌କର୍ମା ହୋଇପାରନ୍ତି। ସବୁ କାର୍ଯ୍ୟରେ ସଫଳତା ଲାଭ କରିବେ।
ଧନୁ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।
ମକର: ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୁମ୍ଭ: ସାମାନ୍ୟ ଅସୁସ୍ଥତା ଅନୁଭବ କରୁଥିଲେ ବି କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ। ସ୍ବାଭିମାନୀ ହେବେ। ବ୍ୟବସାୟ ଲାଭଜନକ ହେବ। ଜଳଯାତ୍ରା ନ କରିବା ଭଲ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
ମୀନ: ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେଇପାରନ୍ତି। ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories