www.samajalive.in
Monday, December 15, 2025
15.1 C
Bhubaneswar

ମାଟ୍ରିକ ପରୀକ୍ଷା: ପ୍ରଥମ ଦିନରେ ୧୧୧୦ ପରୀକ୍ଷାର୍ଥୀ ଅନୁପସ୍ଥିତ

କେନ୍ଦୁଝରଗଡ଼: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଶୁକ୍ରବାରଠାରୁ ରାଜ୍ୟବ୍ୟାପୀ ଆରମ୍ଭ ହୋଇଛି। ଚଳିତବର୍ଷ କେନ୍ଦୁଝର ଜିଲାର ୪୭୭ଟି ହାଇସ୍କୁଲର ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କୁ ମିଶାଇ ମୋଟ ୨୩୦୩୭ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ପ୍ରଥମ ଦିନରେ ୨୧୯୨୮ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୧୦୮୬ଜଣ ଅନୁପସ୍ଥିତ, ୬୧ଜଣ ମଧ୍ୟମା ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫୭ଜଣ ପରୀକ୍ଷା ଦେଇଥିବା ବେଳେ ୪ଜଣ ଅନୁପସ୍ଥିତ ଏବଂ ୮୭ଜଣ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୬୭ଜଣ ପରୀକ୍ଷା ଦେଇଥିବା ବେଳେ ୨୦ଜଣ ଅନୁପସ୍ଥିତ ଥିବା ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ। ପ୍ରଥମଦିନରେ ମୋଟ ୨୩୧୬୨ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨୨୦୫୨ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୧୧୧୦ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବା ଜଣାପଡ଼ିଛି। ପରୀକ୍ଷାରେ ଅସାଧୁ ଉପାୟ ରୋକିବାକୁ ଜିଲାସ୍ତରରେ ଗଠିତ ତ୍ରୀସ୍ତରୀୟ ସ୍କ୍ୱାଡ ଏବଂ ଏକ ସ୍ପେଶାଲ ସ୍କ୍ୱାଡ ପ୍ରଥମ ଦିନରେ ଜିଲାର ବାଂଶପାଳ, ଚମ୍ପୁଆ, ହାଟଡିହି ଓ କେନ୍ଦୁଝର ସଦର ବ୍ଲକ ଅଞ୍ଚଳର ବିଭିନ୍ନ ପରୀକ୍ଷାକେନ୍ଦ୍ର ପରିଦର୍ଶନ କରି ପରୀକ୍ଷା ପରିଚାଳନା ତଦାରଖ କରିଛନ୍ତି। ପରୀକ୍ଷା ପରିଚାଳନାରେ କୌଣସି ପ୍ରକାର ଅସାଧୁ ଉପାୟ ଅବଲମ୍ବନକାରୀଙ୍କୁ ବରଦାସ୍ତ କରାଯିବ ନାହିଁ ଓ ଆବଶ୍ୟକ ହେଲେ କପି ଯୋଗାଣ ପରି ଅସାମାଜିକ କାର୍ଯ୍ୟକଳାପ ସହ ଜଡିତ ବ୍ୟକ୍ତି ବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories