୨୪ ଘଣ୍ଟା ମଧ୍ୟରେ ୯ ଜିଲାରେ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର: ରାଜ୍ୟରେ ହଠାତ୍ ପାଣିପାଗ ବଦଳିଯାଇଛି। ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଅଞ୍ଚଳରେ ଆଜି ମେଘୁଆ ପାଗ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ ଜିଲାରେ ବର୍ଷା ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ନେଇ ୯ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ୯ ଜିଲାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସକ୍ରିୟ ପଶ୍ଚିମା-ଝଡ଼ ପ୍ରଭାବରେ ମୟୁରଭଞ୍ଜ ଜିଲା ଜାମାଡାରେ ୨ମି.ମି. ଏବଂ ବାହାଲଦାରେ ୨.୬ ମି.ମି. ବର୍ଷା ରେକର୍ଡ କରାଯାଇଛି। ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିଛି।
Comments are closed.