www.samajalive.in
Monday, December 15, 2025
14.1 C
Bhubaneswar

ଆତ୍ମରକ୍ଷା ଶିବିର ଉଦଯାପିତ

ସମ୍ବଲପୁର: ସମ୍ବଲପୁରର ପୁଟିବନ୍ଧ ସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଚାଲିଥିବା ରାଣୀ ଲକ୍ଷ୍ମୀବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ୩ ମାସ ମଧ୍ୟରେ ୧୫ ଦିନ ଧରି ବିଭିନ୍ନ ପର୍ଯ୍ୟାୟ କ୍ରମରେ ଆୟୋଜିତ ହୋଇଥିଲା। ଉଦଯାପନୀ ଉତ୍ସବରେ ଅଧ୍ୟକ୍ଷା ଡ. ସିକତା ପଣ୍ଡା ଯୋଗ ଦେଇ ନାରୀ ସଶକ୍ତିକରଣ, ନାରୀ ଶିକ୍ଷା ସହିତ ଆତ୍ମରକ୍ଷା ପ୍ରଶିକ୍ଷଣର ଆବଶ୍ୟକତା ଓ ମହତ୍ୱ ଉପରେ ଅବଗତ କରାଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ସମଗ୍ର ଶିକ୍ଷା ବିଭାଗ ପକ୍ଷରୁ ସଫଳା ସେଠୀ ଓ ସରସ୍ୱତୀ ସେଠୀ ଛାତ୍ରୀ ମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ। ଏହି ଶିବିରରେ ଅନେକ ଛାତ୍ରୀ ସାମିଲ ହୋଇଥିବା ବେଳେ ଶେଷରେ ଅଲକା ଲୁଗୁନ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories