ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା – ଦୁଇଦିନ ପରେ ବଢିବ ତାପମାତ୍ରା
ଭୁବନେଶ୍ୱର – ଦୁଇ ଦିନ ପରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପଶ୍ଚିମା ଝଡ଼ ପ୍ରଭାବରେ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।
କୋରାପୁଟ,ନୂଆପଡା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାମାନଙ୍କରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।
ଆସନ୍ତା ଦୁଇଦିନ ପରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇପାରେ । ଏଲ୍ନିନୋ ପ୍ରଭାବରେ ରାଜ୍ୟରେ ଚଳିତ ବର୍ଷ ଅଧିକ ଗରମ ହେବାର ସମ୍ଭାବନା ରହିଛି।
Comments are closed.