www.samajalive.in
Sunday, December 14, 2025
26.1 C
Bhubaneswar

ଗଛରେ ପିଟିହେଲା ପଲସର, ୩ ଗୁରୁତର

ହରଭଙ୍ଗା: ହରଭଙ୍ଗା ଥାନା ଅର୍ନ୍ତଗତ କୁଶଙ୍ଗ-ଛତ୍ରଙ୍ଗ ପୂର୍ତବିଭାଗ ରାସ୍ତାର ଅଯୋଧ୍ୟା ନିକଟରେ ଏକ ପଲସର ଗାଡି ଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡି ଚାଳକସହ ୩ଜଣ ଗୁରୁତର ଆହାତ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଆଡେଣିଗଡ ପଞ୍ଚାୟତର ରାଣିଗଞ୍ଜ ଅଞ୍ଚଳର ଗଦାଧର ଯାନୀ(୩୫), ସନତ ଯାନୀ(୩୯) ଏବଂ ଅନ୍ୟଜଣେ ମିଶି ଏକ ପଲସର ବାଇକ ଯୋଗେ କୁଶଙ୍ଗରୁ ଛତ୍ରଙ୍ଗ ଆଡକୁ ଯାଉଥିଲେ।ଅଯୋଧ୍ୟା ନିକଟରେ ଏକ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଗାଡିଟି ଏକ ଗଛରେ ପିଟି ହେବା ଫଳରେ ୩ଜଣ ଆହତ ହୋଇଛନ୍ତି।

ଆହତମାନଙ୍କୁ ଚିକିତ୍ସା ପାଇଁ ପ୍ରଥମେ ହରଭଙ୍ଗା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ ପୁରୁଣାକଟକ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି। ହରଭଙ୍ଗା ପୁଲିସ ଘଟଣାର ତଦନ୍ତ ଚଳେଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories