www.samajalive.in
Sunday, December 14, 2025
19.1 C
Bhubaneswar

ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ

ଭୁବନେଶ୍ୱର: ଓଡ଼ିଆ ଭାଷା ପ୍ରତିଷ୍ଠାନ,ଭୁବନେଶ୍ୱର ଏବଂ ପାରଳାଖେମୁଣ୍ଡି ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାରଳାଖେମୁଣ୍ଡି ସ୍ଥିତ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ପାଳିତ ହୋଇଯାଇଛି। ଏହି ଅବସରରେ ସଭାକାର୍ଯ୍ୟ ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ କରାଯାଇଥିଲା।

ଅଧ୍ୟାପକ ଚନ୍ଦ୍ରଶେଖର ଦାସ ଅତିଥି ପରିଚୟ ପ୍ରଦାନ କରିଥିଲେ। ମୁଖ୍ୟ ଅତିଥି ଭାବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଯୋଗ ଦାନ କରି ଓଡ଼ିଆ ଶାସ୍ତ୍ରୀୟତା ସମ୍ପର୍କରେ ଆଲୋଚନା କରିଥିଲେ। ମୁଖ୍ୟବକ୍ତା ବୈରାଗୀ ଚରଣ ପଟ୍ଟନାୟକ ଓଡ଼ିଆ ଭାଷା ଓ ସାହିତ୍ୟକୁ ପାରଳାଖେମୁଣ୍ଡିର ଅବଦାନ ସମ୍ପର୍କରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ପ୍ରଫେସର ପ୍ରେମାନନ୍ଦ ମହାପାତ୍ର ଏହି ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ ।

- Advertisement -

ପ୍ରଫେସର ଫଣୀନ୍ଦ୍ର ଭୂଷଣ ନନ୍ଦ ପାରଳାଖେମୁଣ୍ଡିର ସାହିତ୍ୟିକ ପରମ୍ପରା ଉପରେ ଗୁରୁତ୍ୱାରୋପ କରିଥିଲେ। କାର୍ଯ୍ୟକ୍ରମରେ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ.ଅଜୟ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ। ଏହି ଦିବସ ଉପଲକ୍ଷେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ଭାଷାରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ବିଘ୍ନେଶ୍ୱର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ବହୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories