www.samajalive.in
Sunday, December 14, 2025
23.1 C
Bhubaneswar

କାର-ଟ୍ରଲର ମୁହାଁମୁହିଁ ଧକ୍କା, ୪ ଆହତ

ପିପିଲି:ହରିରାଜପୁର-କପିଳପ୍ରସାଦ ରାସ୍ତାର ବାହିଲିପଡ଼ା ଛକ ନିକଟରେ ଏକ କାର୍‍ ଓ ଟ୍ରଲର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‍ରେ ଥିବା ଜଣେ ମହିଳାଙ୍କ ସମେତ ୪ଜଣ ଆହତ ହୋଇଛନ୍ତି। ଚିକିତ୍ସା ଲାଗି ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କ ଘର ଭୁବନେଶ୍ୱର ଡୁମୁଡୁମା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି।
ସୂଚନା ଅନୁଯାଇ, ଡୁମୁଡୁମା ଅଞ୍ଚଳର ଗୋଟିଏ ପରିବାରର ସଦସ୍ୟ ଏକ କାର୍‍ରେ ଭଁସର ଗ୍ରାମ ସ୍ଥିତ ନିଜ ବନ୍ଧୁଙ୍କ ଘରକୁ ବୁଲିବାକୁ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ।

ବାହିଲିପଡ଼ା ଛକ ନିକଟରେ ବିପରିତ ଦିଗରୁ ଦୃତଗତିରେ ଆସୁଥିବା ଏକ ଟ୍ରଲର ସହ ଉକ୍ତ କାର୍‍ର ମୁହଁମୁହିଁ ଧକ୍କା ଲାଗିଥିଲା। ଫଳରେ କାର୍‍ରେ ଥିବା ୪ଜଣ ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ପୁଲିସ ସମସ୍ତ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ଡାକ୍ତରଖାନାକୁ ପଠାଇବା ସହ ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି। ରିପୋର୍ଟ ଲେଖାଯିବା ଯାଏଁ ଏନେଇ ପୁଲିସରେ କୌଣସି ଲିଖିତ ଅଭିଯୋଗ ହୋଇନଥିବା ଜଣାଯାଇଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories