www.samajalive.in
Saturday, December 13, 2025
26.1 C
Bhubaneswar

ମୁମ୍ବାଇରେ ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ, ଅଷ୍ଟ୍ରେଲିଆ ୧୮୮ରେ ଅଲ ଆଉଟ

ମୁମ୍ବାଇ : ମୁମ୍ବାଇର ୱଙ୍ଖଡ଼େ ଷ୍ଟାଡିୟମଠାରେ ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିୟା ୧୮୮ ରନରେ ଅଲଆଉଟ ହୋଇଯାଇଛି । ଫଳରେ ଏହି ମ୍ୟାଚ​‌େ​‌ର ଅଷ୍ଟ୍ରେଲିଆ ଭାରତ ଆଗରେ ୧୮୯ରନର ବିଜୟ ଲକ୍ଷ୍ୟ ରଖିଛି।

ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରୁଥିବା ଅଷ୍ଟ୍ରେଲିଆ ଆରମ୍ଭରୁ ଟ୍ରାଭିସ ହେଡଙ୍କୁ ହରାଇ ଝଟକା ପାଇଥିଲା। ଭ୍ରମଣକାରୀ ଦଳ ଅଷ୍ଟ୍ରେଲିଆ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବାବେଳେ ମିଚେଲ ମାର୍ସ ଓ ଷ୍ଟିଭେନ ସ୍ମିଥ ଲଢୁଆ ବ୍ୟାଟିଂ କରି ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ । ମାର୍ସ ୮୧ ରନ କରି ରବୀନ୍ଦ୍ର ଜାଦେଜାଙ୍କ ବଲରେ ଆଉଟ ହୋଇଥିବାବେଳେ ସ୍ମିଥ ୨୨ରନ କରିଥିଲେ। ଦଳର ମଧ୍ୟକ୍ରମ ବ୍ୟାଟ୍ସମାନେ ସଂପୂର୍ଣ୍ଣ ବିଫଳ ହୋଇଥିଲେ। କେବଳ ଇଙ୍ଗଲିସ୍ ୨୬ ରନ କରିଥିବାବେଳେ ଲାବୁସଚେନ ୧୫ରନ କରିଥିଲେ । ଗ୍ଲେନ ମାକ୍ସଓ୍ବେଲ ମାତ୍ର ୮ ରନ କରି ଆଉଟ ହୋଇଥିଲେ ।

- Advertisement -

ଭାରତ ପକ୍ଷରୁ ମହମ୍ମଦ ସମ୍ମି ଓ ମହମ୍ମଦ ସିରାଜ ୩ଟି ଲେଖାଏଁ ୱିକେଟ ନେଇଥିଲେ । ରବୀନ୍ଦ୍ର ଜାଦେଜା ୨ଟି ୱିକେଟ୍ ନେଇଥିବାବେଳେ କୁଳଦୀପ ଯାଦବ ଓ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories