www.samajalive.in
Monday, December 15, 2025
17.1 C
Bhubaneswar

ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ପାଇଁ ପ୍ରସ୍ତୁତି ବୈଠକ

ଆଠଗଡ଼: ଆଠଗଡ଼ ଉପଖଣ୍ଡ ସଦର ମହକୁମାଠାରେ ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜାତୀୟ ଦିବସ ପାଳନ କମିଟି ଅଧ୍ୟକ୍ଷ ତଥା ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ବିଜୟ କୁମାର ବିଶି, ଉପଖଣ୍ଡ ଡାକ୍ତରଖାନା ଅଧିକ୍ଷକ ଡାକ୍ତର ବିଜୟ କୁମାର ମିଶ୍ରଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ, ମାନ୍ୟଗଣ୍ୟ ବ୍ୟକ୍ତି, ଶିକ୍ଷାନୁଷ୍ଠାନର ମୁଖ୍ୟ ଓ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇ ଆଗାମୀ ଉତ୍କଳ ଦିବସକୁ ସରସ ସୁନ୍ଦର ଭାବେ ପାଳନ କରିବା ପାଇଁ ଗୁରୁୁତ୍ୱାରୋପ କରିଥିଲେ। ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ଅଲେଖ ଚନ୍ଦ୍ର ଦାଶ ସମସ୍ତଙ୍କୁ ସ୍ୱାଗତ କରିବା ସହ ଉତ୍କଳ ଦିବସ ପାଳନ ଅବସରରେ ହେବାକୁ ଥିବା ବିଭିନ୍ନ କାର୍ୟ୍ୟକ୍ରମ ସଂପର୍କରେ ବିବରଣୀ ଉପସ୍ଥାପନା କରିଥିଲେ। ଉତ୍କଳ ଦିବସ ଏପ୍ରିଲ ୧ ତାରିଖରେ ସକାଳ ୪.୩୦ରେ ସହରରେ ବନ୍ଦେ ଉତ୍କଳ ଜନନୀ ପ୍ରସାର କରାଯିବା ସହ ସକାଳ ୭.୦୦ଟାରେ ସହରରେ ପ୍ରତିଷ୍ଠିତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ସାମୁହିକ ମାଲ୍ୟାର୍ପଣ କରାଯିବ। ସକାଳ ୯ଟାରେ ବକ୍ତୃତା, ଦେଶାତ୍ମବୋଧକ ସଂଗୀତ, ନୃତ୍ୟ, ଅଭିନୟ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବ। ସନ୍ଧ୍ୟା ୫ଟାରେ ମହୋତ୍ସବ ପଡ଼ିଆଠାରେ ସାଧାରଣ ସଭା, ସାଂସ୍କୃତିକ କାର୍ୟ୍ୟକ୍ରମ ଆୟୋଜନ ସହ ପୁରସ୍କାର ବିତରଣ କରାଯିବ। ଉତ୍କଳ ଦିବସକୁ ଅଧିକ ଆକର୍ଷଣୀୟ କରିବା ନିମନ୍ତେ ସମସ୍ତ ସରକାରୀ କାର୍ୟ୍ୟାଳୟ ଓ ଶିକ୍ଷାନୁଷ୍ଠାନ ଗୁଡିକୁ ରଙ୍ଗିନ ଆଲୋକମାଳାରେ ସଜ୍ଜିତ କରିବା ଲାଗି ଉପଜିଲ୍ଲାପାଳ ବିଭାଗୀୟ ଅଧିକାରୀ ଓ ଶିକ୍ଷାନୁଷ୍ଠାନ ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉତ୍କଳ ଦିବସ ପାଳନ ପରିପ୍ରେକ୍ଷୀରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ କାର୍ୟ୍ୟକ୍ରମ ଓ ତତ୍‌‌ ସଂପର୍କୀତ ଦାୟିତ୍ୱ ଗୁଡିକୁ ସଠିକ୍‌‌ ଭାବେ ନିର୍ବାହ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଉପଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଶେଷରେ ଏନଏସି କାର୍ୟ୍ୟନିର୍ବାହୀ ଅଧିକାରୀ ଆକ୍ରିତି ଗୋଏଙ୍କା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories