www.samajalive.in
Sunday, December 14, 2025
18.1 C
Bhubaneswar

ରାଜାରାଣୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଭୁବନେଶ୍ବର: ଶିକ୍ଷକ ଶିକ୍ଷୟିତ୍ରୀ ପିଲାଙ୍କ ମନରେ ପାଠପଢ଼ାର ଆଗ୍ରହ ସୃଷ୍ଟି କଲେ ପରବର୍ତ୍ତୀ ସମୟରେ ସେମାନେ ପାରଙ୍ଗମ ହେବେ। ତାଙ୍କ ମନରେ ପ୍ରତିଯୋଗିତା ମନୋଭାବ ସୃଷ୍ଟି ଦିଗରେ ଉଦ୍ୟମ ଜାରି ରହୁ ବୋଲି ଅତିଥିମାନେ କହିଛନ୍ତି। ଟଙ୍କପାଣି ରୋଡ଼ସ୍ଥିତ ରାଜାରାଣୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ବାର୍ଷିକ ଉତ୍ସବ ଠାକୁର ଦାସ ସଭାକକ୍ଷରେ ପରିଚାଳନା ସମିତିର ସଭାପତି ବିମଳା ନନ୍ଦନ ମହାପାତ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି।

ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ, ସାହିତ୍ୟିକ ରବିନାରାୟଣ ସେନାପତି କହିଲେ ଯେ ଛାତ୍ରଛାତ୍ରୀଙ୍କୁ ଉପଯୁକ୍ତ ମାର୍ଗଦର୍ଶନ ଜରୁରୀ। ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ଅନନ୍ତ ପ୍ରସାଦ ଜେନା ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା ସମିତିର ସଭ୍ୟ ବିଧାନ ପଟ୍ଟନାୟକ, ନୃସିଂହ ପ୍ରସାଦ ତ୍ରିପାଠୀ, ନିମାଇଁ ଚରଣ ରାଉତ ଯୋଗ ଦେଇଥିଲେ। ଅଧ୍ୟକ୍ଷା ଶୁଭ୍ରା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ଶେ‌ଷରେ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ନିର୍ଦେଶକ ଶୁଭଦା ପଟ୍ଟନାୟକ, ଶିକ୍ଷୟିତ୍ରୀ ରୁନା ଦାସ, ଗୋଲାପ ବରାଳ, ସଂଗ୍ରାମ ପରିଡ଼ା ସହାୟତା କରିଥିଲେ। କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories