www.samajalive.in
Sunday, December 14, 2025
15.1 C
Bhubaneswar

ଆସୁଛି ଆଉ ଏକ ପଶ୍ଚିମା-ଝଡ଼ ; କଟକ ଓ ଭୁବନେଶ୍ବର ସହ ୧୨ ଜିଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ବର: ଆସୁଛି ଆଉ ଏକ ପଶ୍ଚିମା-ଝଡ଼ । ୨୩ମାର୍ଚ୍ଚ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ପଶ୍ଚିମା-ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଛି। ତେବେ ଘଡ଼ଘଡ଼ି, ବର୍ଷା ଓ ପବନ ନେଇ କଟକ ଓ ଭୁବନେଶ୍ବର ସହିତ ୧୨ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି। ଆଜି ସନ୍ଧ୍ୟା ପର୍ଯ୍ୟନ୍ତ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ୧୨ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କଟକ ଓ ଭୁବନେଶ୍ବର ସହିତ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ଗଞ୍ଜାମ, ମୟୁରଭଞ୍ଜ, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ ଆଦି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଏହାସହିତ କୁଆପଥର ବୃଷ୍ଟି ମଧ୍ୟ ହୋଇଛି। ଗତ ୨୪ ଘଣ୍ଟାରେ ମୟୁରଭଂଜ, କେନ୍ଦ୍ରାପଡ଼ା, କେନ୍ଦୁଝର, ବଲାଙ୍ଗିର, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଆଦି ଜିଲାରେ ଅଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇଛି। କପ୍ତିପଦାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି ।


ଯାଜପୁର ଓ ଭୁବନେଶ୍ୱର ସମେତ ଗୁଣପୁର, ଟିଟିଲାଗଡ଼, ବଲାଙ୍ଗୀର, କଟକରେ ବର୍ଷା ସହ କୁଆପଥର ମାଡ ହୋଇଛି । କୁଆପଥର ବର୍ଷା , ଝଡ-ପବନ ୩୦ ରୁ ୪୦ କିମି ଏବଂ ବିଜୁଳି ଘଡଘଡି ର ସମ୍ଭାବନା ପାଇଁ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ବାଲେଶ୍ୱର, ଏବଂ ଜଗତସିଂହପୁର ଜିଲାକୁ ରେଡ-ଚେତାବନୀ ଦିଆଯାଇଛି।

- Advertisement -


ରାଜ୍ୟରେ ଆଉ ୪ଦିନ ବର୍ଷା ହେବ । ଅଧିକ ବର୍ଷା ସମ୍ଭାବନା ନଥିଲେ ବି ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ । ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ପରେ ରାଜ୍ୟରେ ତାପମାତ୍ରା ଧୀରେ ଧୀରେ ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଏହା ପରେ ରାଜ୍ୟରେ ଖରା ବଢିବା ସହ ଗରମ ମଧ୍ୟ ବଢିବ। ଆଜି ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଦିନ ତାପମାତ୍ରା ୩୨ ଡିଗ୍ରୀ ରହିିଥିବାବେଳେ ରାତିର ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରୀ ରହିବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories