www.samajalive.in
Saturday, December 13, 2025
26.1 C
Bhubaneswar

ଆଜି ବିଶ୍ବ ଜଳ ଦିବସ

ବିଶ୍ୱ ଜଳ ଦିବସ ପ୍ରତିବର୍ଷ ୨୨ ମାର୍ଚ୍ଚରେ ବିଶ୍ୱ ସାରା ପାଳିତ ହୁଏ। ସମସ୍ତ ବିକଶିତ ଦେଶରେ ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ମହତ୍ତ୍ୱ ତଥା ଆବଶ୍ୟକତା ବିଷୟରେ ଜନ ସଚେତନତା ସୃଷ୍ଟି କରିବା ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ। ପ୍ରଥମ ଥର ପାଇଁ ୧୯୯୨ ମସିହାରେ ବ୍ରାଜିଲସ୍ଥିତ ରିଓ ଡି ଜେନିରୋଠାରେ ମିଳିତ ଜାତିସଂଘ ଦ୍ବାରା ଆୟୋଜିତ “ପର୍ଯ୍ୟାବରଣ ଓ ବିକାଶ ସମ୍ମିଳନୀ”ରେ ବିଶ୍ୱ ଜଳ ଦିବସ ପାଳନ କରାଯିବା ନିଷ୍ପତ୍ତି ନିଆଯାଇଥିଲା। ୧୯୯୩ ମସିହାରେ ମିଳିତ ଜାତିସଂଘ ସାଧାରଣ ସଭାରେ ଏହି ନିଷ୍ପତ୍ତିକୁ ଅନୁମୋଦନ ମିଳିଲା। ତା’ ପରଠାରୁ ପ୍ରତି ବର୍ଷ ମାର୍ଚ୍ଚ ୨୨ରେ ‘ବିଶ୍ବ ଜଳ ଦିବସ’ ମଧୁର ଜଳର ଗୁରୁତ୍ବକୁ ଉତ୍‌ଥାପନ କରିଥାଏ। ସ୍ୱଚ୍ଛ ତଥା ସୁରକ୍ଷିତ ଜଳର ଆବଶ୍ୟକତା ବିଷୟରେ ଜନସାଧାରଣଙ୍କୁ ଜଣାଇବା ଲକ୍ଷ୍ୟରେ ଏହି ଦିନଟିକୁ ପ୍ରତିବର୍ଷ ଏକ ବାର୍ଷିକ କାର୍ଯ୍ୟକ୍ରମ ଭାବେ ପାଳିବାକୁ ସର୍ବସମ୍ମତି କ୍ରମେ ଗୃହିତ କରାଯାଇଛି। ଏହି ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଜଳର ଉପାଦେୟତା ସଂପର୍କିତ ଆଲୋଚନାଚକ୍ର ଆୟୋଜନ କରାଯାଏ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories