www.samajalive.in
Sunday, December 14, 2025
23.1 C
Bhubaneswar

ନିକୁଞ୍ଜ ଧଳ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର : ରାଜ୍ୟ ସରକାର ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌‌) ଅଧିକାରୀ ସ୍ତରରେ ଶୁକ୍ରବାର ଅଦଳ ବଦଳ କରିଛନ୍ତି । ତଦନୁଯାୟୀ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବରେ ନିକୁଞ୍ଜ ବିହାରୀ ଧଳକୁ ନିଯୁକ୍ତି ପ୍ରଦାନ କରାଯାଇଛି । ୧୯୯୩ ବ୍ୟାଚ୍‌‌ର ଆଇଏଏସ୍‌‌ ଅଧିକାରୀ ଶ୍ରୀ ଧଳ ସ୍ୱତନ୍ତ୍ର ରିଲିଫ ଆୟୁକ୍ତ ଏବଂ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ (ଓସ୍‌‌ଡମା)ର ପରିଚାଳନା ନିର୍ଦେଶକ ଭାବରେ କାର୍ଯ୍ୟ କରୁଥିଲେ। ତାଙ୍କର ନୂତନ ନିଯୁକ୍ତି ପରେ ଓସ୍‌‌ଡମାର ପରିଚାଳନା ନିର୍ଦେଶକ ଦାୟିତ୍ୱ ଜ୍ଞାନରଞ୍ଜନ ଦାସଙ୍କୁ ପ୍ରଦାନ କରାଯାଇଛି। ସେହିଭଳି ସୁଶୀଲ କୁମାର ଲୋହାନୀଙ୍କୁ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଭାବରେ ନିଯୁକ୍ତି ଦିଆଯାଇଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories