www.samajalive.in
Sunday, December 14, 2025
16.1 C
Bhubaneswar

ଓଡ଼ିଶୀ ଗବେଷଣା କେନ୍ଦ୍ରରେ ‘ଓଡ଼ିଶୀ ଆସର’

ଭୁବନେଶ୍ୱର: ଓଡ଼ିଶୀ ଗବେଷଣା କେନ୍ଦ୍ରର ନିଜସ୍ୱ ପ୍ରେକ୍ଷାଳୟ ‘ଉତ୍କଳ ରଙ୍ଗମଞ୍ଚ’ରେ ଗୁରୁ କେଳୁ ଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ପ୍ରସ୍ତୁତ ‘ଓଡ଼ିଶୀ ଆସର’ ଅନୁଷ୍ଠିତ ହୋଇଯାଇଛି। ଉଭୟ ଓଡ଼ିଶୀ ନୃତ୍ୟ ଓ ଓଡ଼ିଶୀ ସଂଗୀତର ଭାବ ଧାରାକୁ ନେଇ ଏହି କାର୍ଯ୍ୟକ୍ରମର ଆୟୋଜନ ପ୍ରତିମାସର ଶେଷ ସପ୍ତାହରେ ଅନୁଷ୍ଠିତ ହୋଇଥାଏ। ଏହି କାର୍ଯ୍ୟକ୍ରମରେ ଓଡ଼ିଶୀ ଗବେଷଣା କେନ୍ଦ୍ରର ଗୁରୁ ଏବଂ ଶିକ୍ଷାନବୀଶ ତଥା ଛାତ୍ରଛାତ୍ରୀମାନେ ସଂଗୀତ ଓ ନୃତ୍ୟ ପରିବେଷଣ କରିଥାଆନ୍ତି। ଓଡ଼ିଶୀ ସଂଗୀତର ଶାସ୍ତ୍ରୀୟ ମାନ୍ୟତା ଉଦ୍ଦେଶ୍ୟରେ ଏହା ସରକାରୀ ସ୍ତରରେ ଅନନ୍ୟ ପଦକ୍ଷେପ ।

ଏହି ‘ଓଡ଼ିଶୀ ଆସର’ କାର୍ଯ୍ୟକ୍ରମର ପ୍ରାରମ୍ଭରେ ସୁନିତାରାଣୀ ବିଶ୍ୱାଳ (ଏକକ ଗାୟନ), ଅର୍ପିତା ସାହୁ ଏବଂ ସ୍ମୃତିରେଖା ପ୍ରତିହାରୀ (ଦ୍ୱେତଗାୟନ), ରାସବିହାରୀ ନାଥ, ଅତିଥି କଳାକାର (ଏକକ ଗାୟନ) ଓଡ଼ିଶୀ ସଂଗୀତ ପରିବେଷଣ କରିଥିଲେ। ମର୍ଦ୍ଦଳ ବାଦନ ପରିବେଷଣ କରିଥିଲେ ସୌମ୍ୟ ରଞ୍ଜନ ନାୟକ, ଅତିଥି କଳାକାର ଏବଂ କାର୍ଯ୍ୟକ୍ରମ ଶେଷରେ ଏକକ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ, ଅତିଥି କଳାକାର ମିନତୀ ପ୍ରଧାନ। ବାଦ୍ୟଯନ୍ତ୍ରରେ ସେମାନଙ୍କୁ ସହଯୋଗ କରିଥିଲେ – ଗୁରୁ କେଶବ ଚନ୍ଦ୍ର ରାଉତ, ସ୍ୱପ୍ନେଶ୍ୱର ଚକ୍ରବର୍ତ୍ତୀ (ସୀତାର୍), ରମେଶ ଚନ୍ଦ୍ର ଦାଶ (ବେହେଲା), କାଳନ୍ଦୀ ଚରଣ ପରିଡ଼ା(ମର୍ଦ୍ଦଳ)।

- Advertisement -

ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ ନିର୍ବାହୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କ ପୌରହିତ୍ୟରେ ଉକ୍ତ କାର୍ଯ୍ୟକ୍ରମକୁ ସଂଯୋଜନା ଓ ପରିଚାଳନା କରିଥିଲେ ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରଶାସନିକ ଅଧିକାରୀ ଅନୁଜା ତାରିଣୀ ମିଶ୍ର। ଉକ୍ତ କାର୍ଯ୍ୟକ୍ରମ ଦର୍ଶକ ମହଲରେ ବେଶ୍ ଆଦୃତ ହେବା ସହିତଏହିପରି କାର୍ଯ୍ୟକ୍ରମ ଅଧିକ ଆୟୋଜନ ହେବା ନିମନ୍ତେ ଦର୍ଶକ ମହଲରେ ଆଲୋଚନା ପ୍ରକାଶ ପାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories