www.samajalive.in
Saturday, December 13, 2025
26.1 C
Bhubaneswar

ଲପଙ୍ଗାରେ ବ୍ୟାଙ୍କିଙ୍ଗ୍‌‌ ସେବା ଓ ଋଣ କର୍ମଶାଳା

ରେଙ୍ଗାଲି: ରେଙ୍ଗାଲି ବ୍ଳକର ଲପଙ୍ଗା ଠାରେ ବ୍ୟାଙ୍କିଙ୍ଗ୍‌‌ ସେବା ଏବଂ ଋଣ କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜଗନ୍ନାଥ ସତ୍‌‌ସଙ୍ଗ ଭବନ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମିତିର ସଭାପତି ତଥା ସମ୍ବଲପୁର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କର ନିର୍ଦ୍ଦେଶକ କିରଣ ବେହେରା ସଭାପତିତ୍ୱ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟା ଚୋଳଶ୍ରୀ ମହାନନ୍ଦ, ସମ୍ବଲପୁର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ୍‌‌ ରେଙ୍ଗାଲି ଶାଖା ପରିଚାଳକ ଚନ୍ଦନ ଦାସ, ସମବାୟ ନିବନ୍ଧକ କାର୍ଯାଳୟର ବରିଷ୍ଠ ଅଧିକାରୀ ସନ୍ତୋଷ ଦୀପ ଅତିଥି ରୂପେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ଅତିଥିମାନେ ରାଜ୍ୟ ସରକାରଙ୍କ ଦ୍ୱାରା ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଦିଆଯାଉଥିବା କୃଷି ଋଣ ଏବଂ ଏକ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର କୃଷି ଋଣ ପାଇଁ କମ୍‌‌ ସୁଧର ଫାଇଦା ଉଠାଇ କୃଷି କାର୍ଯ୍ୟରେ ବିନିଯୋଗ କରିବାକୁ ପରାମର୍ଶ ଦେଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories