www.samajalive.in
Sunday, December 14, 2025
23.1 C
Bhubaneswar

ପାଣିରେ ବୁଡି ଜଣେ ମୃତ

ସମ୍ବଲପୁର: ସମ୍ବଲପୁରର ଉପକଣ୍ଠସ୍ଥ ପରଧିଆପାଲି ଅଞ୍ଚଳରେ ଜଣେ ଯୁବକ ରାଜେନ୍ଦ୍ର ସିଂ (୨୨) ପାଣିରେ ବୁଡି ମୃତ୍ୟୁବରଣ କରିଛନ୍ତି। ଯୁବକ ଜଣକ ଗ୍ରାମ ନିକଟରେ ଥିବା ଏକ ଜଳାଶୟକୁ ଗାଧୋଇ ଯାଇଥିବା ବେଳେ ପାଣିରେ ବୁଡି ଯାଇଥିଲେ। ବହୁ ସମୟ ପରେ ମଧ୍ୟ ଯୁବକ ଜଣକ ଘରକୁ ନ ଆସିବାରୁ ତାଙ୍କୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ପରବର୍ତ୍ତୀ ସମୟରେ ସେ ଜଳାଶୟରେ ବୁଡି ଯାଇଥିବା ସନ୍ଦେହରେ ପୁଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେବାରୁ ଅଗ୍ନିଶମ ଦଳ ଶନିବାର ପୂର୍ବାହ୍ନରେ ଉକ୍ତ ଜଳାଶୟ ମଧ୍ୟରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ। ଏଣୁ ଅଇଁଠାପାଲି ପୁଲିସ ମୃତଦେହକୁ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଘଟଣାର ତଦନ୍ତ ପୁଲିସ କରୁଛି।

Hot this week

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

Related Articles

Popular Categories