www.samajalive.in
Sunday, December 14, 2025
26.1 C
Bhubaneswar

୩୦ଜିଲା ପାଇଁ ପର୍ଯ୍ୟବେକ୍ଷକ ତାଲିକା ଜାରି କଲା ବିଜେଡି; ବବିଙ୍କୁ ସର୍ବାଧିକ ୪ ଜିଲା ଦାୟିତ୍ବ

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ନୂଆ ରଣ କୌଶଳ ଆପଣାଇଛି ବିଜେଡି। ଜିଲା ୱାରୀ ଦଳୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ୩୦ ଜିଲା ପାଇଁ ୨୫ଜଣ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। ସୋମବାର ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି ନବୀନ। ଏଥିରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ସର୍ବାଧିକ ୪ ଜିଲାର ଦାୟିତ୍ବ ମିଳିଥିବା ବେଳେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଓ ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ୨ଟି ଲେଖାଏଁ ଜିଲାର ଦାୟିତ୍ବ ଦିଆଯାଇଛି।

ପ୍ରଣବ ପ୍ରକାଶ ଦାସଙ୍କୁ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ସମ୍ବଲପୁରର ଦାୟିତ୍ୱ ଦିଆଯାଇଛି। ଅତନୁ ସବ୍ୟସାଚୀ ନାୟକ ରାୟଗଡ଼ା ଓ ଗଜପତି ଏବଂ ଦିବ୍ୟଶଙ୍କର ମିଶ୍ର କୋରାପୁଟ, ମାଲକାନଗିରି ଜିଲା ଦାୟିତ୍ବରେ ରହିବେ। ଅପରପକ୍ଷେ, ପ୍ରଶାନ୍ତ କୁମାର ମୁଦୁଲିଙ୍କୁ ମୟୂରଭଞ୍ଜ, ପ୍ରତାପ କେଶରୀ ଦେବଙ୍କୁ ବାଲେଶ୍ବର, ସୁଧୀର କୁମାର ସାମଲଙ୍କୁ ବରଗଡ଼, ପ୍ରତାପ ଜେନାଙ୍କୁ ଭଦ୍ରକ ଜିଲା ଦାୟିତ୍ବ ମିଳିଛି। ସେହିପରି ସୁଶାନ୍ତ ସିଂହଙ୍କୁ ବଲାଙ୍ଗୀର, ଅମରେଶ ଜେନାଙ୍କୁ ଦେବଗଡ଼, ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ କଟକ, ଅରୁଣ କୁମାର ସାହୁଙ୍କୁ ଜଗତସିଂହପୁର, ପ୍ରମିଳା ମଲ୍ଲିକଙ୍କୁ କେନ୍ଦ୍ରାପଡ଼ା, ବିଜୟ ନାୟକଙ୍କୁ କନ୍ଧମାଳ, ପ୍ରଣବ ବଳବନ୍ତରାୟଙ୍କୁ କାଳହାଣ୍ଡି ଜିଲା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। ରବୀନ୍ଦ୍ର କୁମାର ଜେନାଙ୍କୁ ଖୋର୍ଦ୍ଧା, ଈଶ୍ବର ପାଣିଗ୍ରାହୀଙ୍କୁ ନବରଙ୍ଗପୁର, ପଦ୍ମନାଭ ବେହେରାଙ୍କୁ ନୟାଗଡ଼, ସ୍ନେହାଙ୍ଗିନୀ ଛୁରିଆଙ୍କୁ ନୂଆପଡ଼ା, ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ପୁରୀ, ପ୍ରୀତିରଞ୍ଜନ ଘଡ଼େଇଙ୍କୁ ସୁନ୍ଦରଗଡ଼, ପ୍ରଦୀପ କୁମାର ଅମାତଙ୍କୁ ଗଞ୍ଜାମ, ସୌଭାଗ୍ୟ ନାୟକଙ୍କୁ ବୌଦ୍ଧ, ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଯାଜପୁର, ସାରଦା ପ୍ରସାଦ ନାୟକଙ୍କୁ ଝାରସୁଗୁଡ଼ା, ଦେବେଶ ଆଚାର୍ଯ୍ୟଙ୍କୁ ସୁବର୍ଣ୍ଣପୁର ଜିଲାର ପର୍ଯ୍ୟବେକ୍ଷକ ଦାୟିତ୍ବ ମିଳିଛି।

- Advertisement -

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories