www.samajalive.in
Sunday, December 14, 2025
26.1 C
Bhubaneswar

ବିବାହିତ ମହିଳାଙ୍କ ଆତ୍ମହତ୍ୟା

ଲାଞ୍ଜିଗଡ଼ : ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ପାହାଡ଼ପଦର ପଞ୍ଚାୟତ ବୋରପଦର ଗାଁରେ ଜଣେ ବିବାହିତା ମହିଳା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ବାପଘର ଲୋକେ ଝିଅକୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦିଆଯାଇଥିବା ନେଇ ପୁଲିସ ନିକଟରେ ଅଭିଯୋଗ କରିଥିଲେ । ଅଭିଯୋଗ ପାଇବା ପରେ ବିଜେପୁର ଥାନା ଦାୟିତ୍ବରେ ଥିବା ଲାଞ୍ଜିଗଡ଼ ଥାନାଧିକାରୀ ଉତ୍ତମ କୁମାର ସାହୁଙ୍କ ନେତୃତ୍ବରେ ପୁଲିସ ଶବ ଜବତ କରି ତଦନ୍ତ ଆରମ୍ଭ କରିଥିଲେ । ଭବାନୀପାଟଣା ପୁଲିସ ମୁଖ୍ୟାଳୟରୁ ସାଇଣ୍ଟିଫିକ୍ ଆସି ତଦନ୍ତ କରିଥିଲେ । ମାଜିଷ୍ଟ୍ରେଟ୍ ଦାୟିତ୍ବରେ ଲାଞ୍ଜିଗଡ଼ ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯିବା ସହିତ ଯୁବତୀଙ୍କ ବାପାଙ୍କୁ ଶବ ହସ୍ତାନ୍ତର କରାଯାଇଛି ।
ସୂଚନାନୁଯାୟୀ, ଲାଞ୍ଜିଗଡ଼ ଥାନା ବଡ଼ପଡ଼ାର ମାନସୀ ନାମକ ଯୁବତୀ ପାହାଡ଼ପଦର ପଞ୍ଚାୟତ ବୋରପଦର ଗାଁର ମଣ୍ଟୁଙ୍କୁ ଭଲ ପାଇ ଦୁଇବର୍ଷ ତଳେ ପ୍ରେମବିବାହ କରିଥିଲେ। ଉଭୟଙ୍କ ଦେଢ଼ ବର୍ଷର ସନ୍ତାନ ମଧ୍ୟ ରହିଛି । ତେବେ କୌଣସି କାରଣକୁ ନେଇ ମାନସୀ ଆତ୍ମହତ୍ୟା କରିଥିଲେ । ଏହାପରେ ମୃତ ଯୁବତୀଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିି ଝିଅକୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦିଆଯାଉଥିବା ଅଭିଯୋଗ କରି ଥାନାର ଦ୍ବାରସ୍ଥ ହୋଇଥିଲେ । ଅଭିଯୋଗ ପାଇବା ପରେ ପୁଲିସ ତଦନ୍ତ ଆରମ୍ଭ କରିଥିଲା । ମଣ୍ଟୁଙ୍କୁ ପଚରାଉଚରା କରିବା ପାଇଁ ଥାନାରେ ଅଟକ ରଖାଯାଇଥିଲା । ଏନେଇ ଲାଞ୍ଜିଗଡ଼ ଥାନାରେ କେସ୍ ନଂ ୦୭/୦୨୩ରେ ଏକ ମାମଲା ମଧ୍ୟ ରୁଜୁ ହୋଇଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories