www.samajalive.in
Sunday, December 14, 2025
19.1 C
Bhubaneswar

ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା

କୋରାଇ: କୋରାଇ ଥାନା ଅନ୍ତର୍ଗତ ରଗଡି ସ୍ଥିତ ଯାଜପୁର ସରକାରୀ ପଲିଟେକନିକ କଲେଜର ବିରଜା ହଷ୍ଟେଲରେ ଜଣେ ୩ୟ ବର୍ଷ ଇଲେକ୍ଟ୍ରିକାଲ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି।

ସୂଚନା ଅନୁଯାୟୀ, ଛାତ୍ରୀ ଜଣକ ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ଷେଣ୍ଢପୁର ଗ୍ରାମର ଅମୂଲ୍ୟ ପାତ୍ରଙ୍କ ଝିଅ ରୋଜାଲିନ ପାତ୍ର(୧୮) ବୋଲି ଜଣାପଡିଛି । ଛାତ୍ରୀ ଜଣକ ୪ଟି କ୍ୟାମ୍ପସ ପାଇଥିବା ବେଳେ ସେ ଜଣେ ମେଧାବୀ ଛାତ୍ରୀ ଥିଲେ ବୋଲି କଲେଜର ଅଧ୍ୟକ୍ଷ ରାଜେନ୍ଦ୍ର ପୃଷ୍ଟି ସୂଚନା ଦେଇଛନ୍ତି । କାହିଁକି ରୋଜାଲିନ ଏଭଳି ଚରମ ନିଷ୍ପତ୍ତି ନେଲେ ସେନେଇ କୌଣସି ସୂଚନା ମିଳିପାରିନଥିବା ବେଳେ ପରିବାର ଲୋକେ ଝିଅକୁ ସାଙ୍ଗସାଥି ସବୁବେଳେ ରାଗିଂ କରୁଥିବା ସେ ଫୋନରେ ଜଣେଇଥିଲା ବୋଲି କହିଛନ୍ତି । ଏଥିପାଇଁ ସେ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଘଟଣା ସ୍ଥଳରେ କୋରେଇ ଥାନା ଆଇଆଇସି ସଂଘମିତ୍ର ନାୟକ ଓ ଯାଜପୁର ଏସଡିପିଓ ସଞ୍ଜୟ କୁମାର ପଟ୍ଟନାୟକ ପହଞ୍ଚି ଘଟଣାର ଅଧିକ ତଦନ୍ତ କରୁଛନ୍ତି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories