www.samajalive.in
Saturday, December 13, 2025
26.1 C
Bhubaneswar

ମେ’ ୧୦ରେ ଝାରସୁଗୁଡା ଉପନିର୍ବାଚନ

ଝାରସୁଗୁଡା : ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି। ମେ’ ୧୦ରେ ଝାରସୁଗୁଡା ଉପନିର୍ବାଚନ ପାଇଁ ହେବ ଭୋଟ ଗ୍ରହଣ। ନିର୍ବାଚନ ନେଇ ଆଜି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ଉପନିର୍ବାଚନ ପାଇଁ ଏପ୍ରିଲ ୧୩ରେ ବିଧିବଦ୍ଧ ଭାବେ ପ୍ରକାଶ ପାଇବ ନିର୍ବାଚନ ବିଜ୍ଞପ୍ତି।

ଏପ୍ରିଲ ୨୦ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ କରାଯିବ। ଏହାସହ ଏପ୍ରିଲ ୨୧ରେ ନାମାଙ୍କନ ଯାଞ୍ଚ ହେବ। ୨୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରାଯିବ। ମେ’୧୦ରେ ଭୋଟ ଗ୍ରହଣ ହେବା ସହ ମେ’ ୧୩ରେ ଭୋଟ ଗଣତି ହେବ। ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ। ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁପରେ ଝାରସୁଗୁଡା ଆସନ ଖାଲି ପଡିଛି। ଝାରସୁଗୁଡାରେ ୧ ଲକ୍ଷ ୯୭ ହଜାରରୁ ଅଧିକ ଭୋଟର ରହିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories