www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଶୁଭାରମ୍ଭ

ଭୁବନେଶ୍ବର :  କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ତଥା ଉଦ୍ୟମିତା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ  ଅଶ୍ୱିନୀ ବୈଷ୍ଣବ ଗୁରୁବାର ଶ୍ରୀରାମ ନବମୀରେ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନର ଶୁଭାରମ୍ଭ ଅବସରରେ କଟକ ରେଳ ଷ୍ଟେସନ ଠାରେ ସବୁଜ ପତାକା ପ୍ରଦର୍ଶନ କରାଇ ଶୁଭାରମ୍ଭ କରିବେ। ଶୁଭାରମ୍ଭ ଦିବସରେ ଏହି ଟ୍ରେନ୍ କଟକ ଷ୍ଟେସନରୁ ଛାଡିବ କିନ୍ତୁ ଏହି ଟ୍ରେନର ନିୟମିତ ସେବା ଶୁକ୍ରବାରଠାରୁ ଉଭୟ ପାର୍ଶ୍ୱରୁ ପ୍ରାରମ୍ଭ କରାଯିବ।

ଏହି ଟ୍ରେନର ପ୍ରଚଳନ ଉଭୟ ଭଦ୍ରକ ଏବଂ ନୟାଗଡ଼ ଜିଲ୍ଲାର ଲୋକଙ୍କ ଆକାଂକ୍ଷାକୁ ପୂରଣ କରିପାରିବ। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶର ଭିତ୍ତିପ୍ରସ୍ତର ସମାରୋହରେ ଭଦ୍ରକରୁ ଭୁବନେଶ୍ୱର ଅଭିମୁଖେ ଏକ ନୂତନ ଟ୍ରେନ୍ ଚଳାଚଳ କରାଇବାକୁ ଘୋଷଣା କରିଥିଲେ। ଏହି ଅଞ୍ଚଳର ଯାତ୍ରୀମାନଙ୍କ ଆରାମ ତଥା ସୁବିଧା ପାଇଁ ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବଙ୍କ ନିରନ୍ତର ପ୍ରଚେଷ୍ଟାର ଏହା ହେଉଛି ଫଳାଫଳ। ମଧ୍ୟବର୍ତ୍ତୀ ଷ୍ଟେସନ ମାନଙ୍କରେ ଟ୍ରେନ ବଦଳାଇବା ପରିବର୍ତ୍ତେ ଏହି ଟ୍ରେନ ସିଧା ସଳଖ ଭାବେ ଯାତ୍ରା ପାଇଁ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କୁ ସୁବିଧା ଯୋଗାଇବ। ଏହି ନୂତନ ଟ୍ରେନ୍ ଏହାର ଶୁଭାରମ୍ଭ ଦିନରୁ ହିଁ ସ୍ୱତନ୍ତ୍ର ଟ୍ରେନ୍ ଭାବରେ ଚଳାଚଳ କରିବ।

- Advertisement -

୦୮୫୫୫/୦୮୫୫୬ ଭଦ୍ରକ-ନୟାଗଡ଼ ଟାଉନ୍-ଭଦ୍ରକ୍ ମେମୁ ଟ୍ରେନ ଭଦ୍ରକରୁ ସକାଳ ୦୫ଘ.୪୫ମି.ରେ ଛାଡି ପୂର୍ବାହ୍ନ ୧୧ଘ.୫୫ମି.ରେ ନୟାଗଡ଼ ଟାଉନରେ ପହଞ୍ଚିବ। ଫେରିବା ମାର୍ଗରେ ନୟାଗଡ଼ ଟାଉନରୁ ଏହି ଟ୍ରେନ୍ ଅପରାହ୍ନ ୦୫ଘ. ୦୫ମି.ରେ ଛାଡି ଭଦ୍ରକ ଠାରେ ରାତ୍ରି ୧୦ଘ.୪୫ମି.ରେ ପହଞ୍ଚିବ। ଏହି ଟ୍ରେନ୍ ଉଭୟ ଦିଗରୁ ଭଦ୍ରକ ଏବଂ ନୟାଗଡ଼ ଟାଉନ୍ ମଧ୍ୟରେ ଥିବା ସମସ୍ତ ଷ୍ଟେସନ୍ ଏବଂ ପାସେଞ୍ଜର ହଲ୍ଟ ମାନଙ୍କରେ ରହଣି କରିବ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories