www.samajalive.in
Friday, December 12, 2025
19.1 C
Bhubaneswar

ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଶେଷଜ୍ଞ ପଦ ପୂରଣ ହେଉ

ମ.ରାମପୁର: କଳାହାଣ୍ଡି ଜିଲା ମ.ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଭିନ୍ନ ବିଶେଷଜ୍ଞ ପଦ ଖାଲି ପଡ଼ିଛି। ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଖାଲିଥିବା ପଦ ପୂରଣ ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନ ବିବେକ ସେନା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବୀପତ୍ର ପ୍ରଦାନ କରାଯାଇଛି। ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ, ଅସ୍ତିଶଲ୍ୟ ବିଶେଷଜ୍ଞ ପୂରଣ ସାଙ୍ଗକୁ, ରକ୍ତଭଣ୍ଡାର, ଜଳାତଙ୍କ ଟୀକା ଆଦି ଦାବି ପୂରଣ ନେଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।

ବିବେକ ସେନାର ରାଷ୍ଟୀୟ ଅଧ୍ୟକ୍ଷ ଶିବରାମ ନାୟକ, ବରିଷ୍ଠ ଆଇନଜୀବୀ ପ୍ରଭାକର ନାଗ, ସାମ୍ବାଦିକ ଧୀରେନ ପଟ୍ଟନାୟକ ,ଶୁଭେନ ପଟ୍ଟନାୟକ, ନିରଞ୍ଜନ ମହାରଣା, ପୂର୍ଣ୍ଣ ଚନ୍ଦ୍ର ଭୋଇ, ସୁଶାନ୍ତ ନାଏକ ପ୍ରମୁଖ ଉପସ୍ଥିତ ରହି ଦାବିପତ୍ର ପ୍ରଦାନ ସହ ମ.ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଖାଲିଥିବା ବିଶେଷଜ୍ଞ ପଦ ପୂରଣ ନେଇ ଉଚ୍ଚ କର୍ତ୍ତୃପକ୍ଷ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି।

Hot this week

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

Related Articles

Popular Categories