କୋକସରା: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ସରକାରୀ ଆବାସିକ ଉଚ୍ଚ ବିଦ୍ୟାଳୟଠାରେ ଶୁକ୍ରବାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁ ବିଦ୍ୟାଳୟର ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ। ସି.ଆଇ, କଳାହାଣ୍ଡି ଶାଖା କମଳାକାନ୍ତ ପ୍ରହରାଜଙ୍କ ସଭାପତିତ୍ବରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ କୋକସରା ବ୍ଲକ ଜୋନ-୦୧ର ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ ଯୋଗଦେଇ ଥିଲେ। ମୁଖ୍ୟବକ୍ତା ଭାବେ ଥୁଆମୁଲ ରାମପୁର କଲେଜ ଅଧ୍ୟକ୍ଷ ସତ୍ୟନାରାୟଣ ମୁଣ୍ଡଛୀନା, ସମ୍ମାନୀତ ଅତିଥି ଭାବେ ପି.ଏ.ଆଇ.ଟି.ଡି.ଏ ଥୁଆମୁଲ ରାମପୁର ଟୁନୁ ମେହେର ପ୍ରମୁଖ ଯୋଗଦେଇ ଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
Popular Categories



