www.samajalive.in
Monday, December 8, 2025
27.1 C
Bhubaneswar

ଉତ୍କଳ ଦିବସ : ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ,ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ /ଭୁବନେଶ୍ୱର : ଆଜି ହେଉଛି ଉତ୍କଳ ଦିବସ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଓଡିଶାବାସୀଙ୍କୁ ହାର୍ଦ୍ଦିକ ଅଭିନ୍ଦନ ଜଣାଇଛନ୍ତି। ଓଡିଶାବାସୀଙ୍କ ଉଜ୍ଜ୍ୱଳ ଭବିଷ୍ୟତର କାମନା କରିଛନ୍ତି ରାଷ୍ଟ୍ରପତି।


ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।

- Advertisement -

ଓଡିଆରେ ଟ୍ୱିଟ୍‌‌ କରି ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶର ପ୍ରଗତିରେ ଓଡିଶାର ଅବଦାନକୁ ଜାଣିବାର ଦିନ। ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧି କାମନା କରିଛନ୍ତି।


ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ମଧ୍ୟ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡିଶାକୁ ସମୃଦ୍ଧ ରାଜ୍ୟ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ ଦେଇଛନ୍ତି।


ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱତନ୍ତ୍ର ଓଡିଶା ଗଠନର ବରେଣ୍ୟ ସାଧକଙ୍କୁ ସମ୍ମାନ ଜଣାଇଛନ୍ତି। ଓଡିଆ ଜାତିର ଅସ୍ମିତା ଓ ସ୍ୱାଭିମାନକୁ ବଜାୟ ରଖିବା। ନୂଆ, ଉଚ୍ଚାଂକ୍ଷୀ ଓଡିଶା ଗଠନ ଦିଗରେ ସଂକଳ୍ପବଦ୍ଧ ହେବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories