www.samajalive.in
Monday, December 8, 2025
17.1 C
Bhubaneswar

ଉତ୍କଳ ଦିବସ ପାଳିତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ନାରାୟଣପୁର ପଞ୍ଚାୟତରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶିରିପୁର ଠାରେ ମହାଆଡମ୍ବରରେ ଉତ୍କଳ ଦିବସ ପାଳନ କରାଯାଇଛି । ଏ ଅବସରରେ ବିଦ୍ୟାଳୟରେ ଉତ୍କଳ ଗୌରବ ମଧୁସୂଦନ ଦାସ,ଉତ୍କଳମଣି ଗୋପବନ୍ଧୁ ଦାସ ଓ ଭାରତ ମାତାଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ । ଶିକ୍ଷକ ଶିକ୍ଷୟିତ୍ରୀ ମାନେ ମଧୁସୂଦନ ଦାସ,ଉତ୍କଳମଣିଗୋପବନ୍ଧୁ ଦାସ ଓ ଭାରତ ମାତାଙ୍କ ବିଷୟରେ ସଂକ୍ଷିପ୍ତରେ ଅଭିଭାଷଣ ପ୍ରଦାନ କରିଥିଲେ । ଏଥିରେ ଛାତ୍ରୀ ମାନେ ମଧ୍ୟ ମଧୁସୂଦନ ଦାସ ,ଉତ୍କଳମଣିଗୋପବନ୍ଧୁ ଦାସ ଦେଶ ପାଇଁ କରିଥିବା ମହତ୍ତ୍ୱପୂର୍ଣ୍ଣ କାର୍ୟ୍ୟ ବିଷୟରେ ଅଭିଭାଷଣ ପ୍ରଦାନ କରିଥିଲେ । ଶେଷରେ ଉପସ୍ଥିତ ଛାତ୍ରୀ ମାନଙ୍କୁ ବିଦ୍ୟାଳୟ ତରଫରୁ ମିଷ୍ଟାନ୍ନ ବଣ୍ଟନ କରାଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଭିଷଣ ଚିଛୁଆନ, ସୋରାଜ କୁମାର ମହାପାତ୍ର, ସୁସ୍ମିତା ମାଣ୍ଡାଙ୍ଗି, ମିନକେତନ ନାଗ, ଗାୟତ୍ରୀ ପଣ୍ଡା, ବିଚିତ୍ର କୁମାର ସାମଲ, ଧୀରେନ କୁମାର ପଟ୍ଟନାୟକ ସମେତ ବିଦ୍ୟାଳୟର ସମସ୍ତ କର୍ମଚାରୀ ଓ ଛାତ୍ରୀ ବୃନ୍ଦ ଉପସ୍ଥିତ ରହିଥିଲେ । ସେହିପରି ବ୍ଲକରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଗୁଡିକରେ ଆଡ଼ମ୍ବରରେ ଉତ୍କଳ ଦିବସ ପାଳନ କରାଯାଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories