www.samajalive.in
Saturday, December 6, 2025
15.1 C
Bhubaneswar

ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଜାମିନ; ୧୩ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କରିଛନ୍ତି ସୁରଟ ସେସନ୍ସ କୋର୍ଟ। ମୋଦୀ ସାଙ୍ଗିଆ ନେଇ ମାନହାନି ମାମଲାରେ ରାହୁଲଙ୍କ ଜାମିନ ଅବଧିକୁ ଏପ୍ରିଲ ୧୩ ପର୍ଯ୍ୟନ୍ତ କୋର୍ଟ ବୃଦ୍ଧି କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୧୩ରେ ହେବ। ସୋମବାର ରାହୁଲ ଗାନ୍ଧୀ ଗୁଜରାଟର ସୁରଟସ୍ଥିତ ସେସନ୍ସ କୋର୍ଟରେ ମୋଦୀ ସାଙ୍ଗିଆ ମାନହାନି ମାମଲାରେ ଜିଲା ଅଦାଲତ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରି ଆବେଦନ କରିଥିଲେ। ଏହି ମାମଲାରେ ଦଣ୍ଡ ଘୋଷଣା ହେବାର ୧୧ଦିନ ପରେ ସେ ସେସନ୍ସ କୋର୍ଟରେ ଏହା ବିରୋଧରେ ପିଟିସନ ଦାଖଲ କରିଛନ୍ତି। ପିଟିସନ ଦାଖଲ ପରେ କୋର୍ଟ ତାଙ୍କୁ ଏପ୍ରିଲ ୧୩ ପର୍ଯ୍ୟନ୍ତ ଜାମିନ ଦେଇଛନ୍ତି। ଏହା ସହିତ ରାହୁଲ ତାଙ୍କ ଦଣ୍ଡାଦେଶକୁ ମଧ୍ୟ ଚ୍ୟାଲେଞ୍ଜ କରିଛନ୍ତି, ଯାହାର ଶୁଣାଣି ମେ’ ୩ରେ ହେବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories