www.samajalive.in
Monday, December 8, 2025
17.1 C
Bhubaneswar

ଜିଲାସ୍ତରୀୟ ଅଭିଯୋଗ ଶୁଣାଣିରେ ୭୪ ଅଭିଯୋଗର ଚୂଡ଼ାନ୍ତ ଫଇସଲା

କେନ୍ଦୁଝରଗଡ଼: ଦରବାରହଲଠାରେ ସୋମବାର ଜିଲାପାଳ ଆଶିଷ ଠାକରେ ଏବଂ ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କ ମିଳିତ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ମୋଟ ଗ୍ରହଣ ହୋଇଥିବା ୨୧୨ଟି ଅଭିଯୋଗ ମଧ୍ୟରୁ ୭୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ସମୁଦାୟ ଅଭିଯୋଗ ମଧ୍ୟରୁ ୩୧ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା ଓ ଗ୍ରାମ୍ୟ ସମସ୍ୟାମୂଳକ ଥିବାବେଳେ ୧୮୧ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା। ଅନ୍ୟମାନଙ୍କ ମଧ୍ୟରେ ଡିଏଫଓ ଧନରାଜ ଏଚ୍‌‌.ଡି, ଅତିରିକ୍ତ ଜିଲାପାଳ ସୁଷମା ବିଲୁଙ୍ଗ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କିଶୋର କୁମାର ପୃଷ୍ଟି, କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ଡେପୁଟି କଲେକ୍ଟର(ଆପତକାଳୀନ) ସୁରଞ୍ଜିକା ବେହେରା, ସଦର ବିଡିଓ ବିକାଶ ଚନ୍ଦ୍ର ସାହୁ, ତହସିଲଦାର କେନ୍ଦୁଝର ଆଶିଷ ମହାପାତ୍ର, କେନ୍ଦୁଝରଗଡ଼ ପୌରପାଳିକା ନିର୍ବାହୀ ଅଧିକାରୀ ଡା. ମଧୁସ୍ମିତା ସାମନ୍ତରାୟଙ୍କ ସମେତ ଜିଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌‌ ପାଣ୍ଠିରୁ ସହାୟତା ପାଇଁ ୨୧ଟି ଦରଖାସ୍ତ ଗ୍ରହଣ କରାଯାଇଛି। ଏହି ଅବସରରେ ୫ଜଣ ଭିନ୍ନକ୍ଷମଙ୍କୁ ମୋଟରଚାଳିତ ହ୍ବିଲ ଚେୟାର ପ୍ରଦାନ କରାଯାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories