www.samajalive.in
Monday, December 15, 2025
24.1 C
Bhubaneswar

ସେକା ମସଲା ଚିକେନ୍‌‌

ଆବଶ୍ୟକ ସାମଗ୍ରୀ
ଲେଗ ପିସ୍‍ ଚିକେନ – ୮ଟି
ଅଦାରସୁଣ ବଟା – ୩ ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
ଚାଟ ମସଲା – ଅଳ୍ପ
ବେସନ – ୨ ଚାମଚ
ଲଙ୍କା ଗୁଣ୍ଡ – ୧ ଚାମଚରୁ ସାମାନ୍ୟ କମ
ଗରମ ମସଲା – ୧ ଚାମଚ
ଚିକେନ ମସଲା – ୧ ଚାମଚ
ଧନିଆ ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ବଟର – ଆବଶ୍ୟକ ପରିମାଣରେ
ନନଷ୍ଟିକ କଡ଼େଇ – ୧ଟି
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନ ଖଣ୍ଡ ଗୁଡ଼ିକୁ ଭଲ ଭାବେ ଧୋଇ ଦିଅନ୍ତୁ।ଧୋଇବା ପରେ ଛୁରୀ ଦ୍ୱାରା ଏହାକୁ ମଝିରେ ଅଳ୍ପ କାଟି ଦିଅନ୍ତୁ। ଏବେ ଏକ ପାତ୍ରରେ ବଟର ପକାଇ ସମସ୍ତ ପ୍ରକାରର ମସଲାକୁ ବଟରରେ ଭଲ ଭାବେ ମିଶାଇ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏବେ ଏହି ମସଲା ମିଶ୍ରଣକୁ ଧୋଇ କରି ରଖିଥିବା ଚିକେନ ଖଣ୍ଡରେ ଭଲ ଭାବେ ଲଗାନ୍ତୁ। ଏହାପରେ ଏହି ଚିକେନକୁ କିଛି ସମୟରେ ଫ୍ରିଜରେ ରଖିଦିଅନ୍ତୁ। ୧୦ ମିନିଟ ପରେ ଫ୍ରିଜରୁ ବାହାର କରି ଦିଅନ୍ତୁ। ଏବେ ଗ୍ୟାସ ଲଗାଇ ନନଷ୍ଟିକ କଡ଼େଇ ବସାଇ ଏଥିରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଫ୍ରିଜରୁ କାଢି ଥିବା ଚିକେନକୁ ତେଲରେ ପକାଇ ୩ ରୁ ୪ ମିନିଟ ଫ୍ରାଏ କରି ଦିଅନ୍ତୁ। ଫ୍ରାଏ କରିବା ପରେ ଏହାକୁ ଏକ ପ୍ଲେଟକୁ କାଢି ଦିଅନ୍ତୁ। ଏବେ ଏହି ଛଣା ଚିକେନରେ ବଟର ଲଗାଇ ଗ୍ୟାସରେ ଏକ ତାର ଜାଲି ରଖି ଏହି ଚିକେନ ଗୁଡ଼ିକର ଦୁଇଟି ପଟକୁ ହାଲକା ଭାବେ ସେକି ଦିଅନ୍ତୁ। ଏବେ ଏହାକୁ ଏକ ପାତ୍ରକୁ କାଢି କଟା ପିଆଜ, ଧନିଆ ପତ୍ର ଦେଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ସେକା ମସଲା ଚିକେନ୍‌‌। ଏହାକୁ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories