www.samajalive.in
Tuesday, December 9, 2025
16.1 C
Bhubaneswar

ଜି-୨୦ ଓ ୱାଇ-୨୦ ଉପରେ ଆଲୋଚନାଚକ୍ର

ଫୁଲବାଣୀ : ଫୁଲବାଣୀ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗ ଆନୁକୂଲ୍ୟରେ ଭାରତ ପ୍ରଥମ ଥର ପାଇଁ ଜି-୨୦ ରାଷ୍ଟ୍ର ସମୂହର ସଭାପତିତ୍ୱ କରୁଥିବାରୁ ଜି-୨୦ ଓ  ୱାଇ-୨୦ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ପରିବେଶ ସନ୍ତୁଳନ, ଗଣତନ୍ତ୍ରରେ ଯୁବଶକ୍ତିର ଭୂମିକା ଉପରେ ଆଲୋଚନା ଅନୁଷ୍ଠିତ ହୋଇଥିଲା । ରାଜନୀତି ବିଜ୍ଞାନ ବିଭାଗର ମୁଖ୍ୟ ଡକ୍ଟର ଅହଲ୍ୟା ଶିଅଳଙ୍କ ଦ୍ୱାରା ଆୟୋଜିିତ ଏହି ଆଲୋଚନା ଚକ୍ରରେ ମୁଖ୍ୟ ବକ୍ତା ଭାବରେ କଟକ ନେତାଜୀ ସୁବାଷ ଚନ୍ଦ୍ର ବୋଷ ସ୍ମୃତି କଲେଜର ପ୍ରଫେସର ଡକ୍ଟର ହରିଶ ଚନ୍ଦ୍ର ବେହେରା ଯୋଗ ଦେଇଥିଲେ । ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡକ୍ଟର ସଂଜୀବ ବାଲିୟାରସିଂ ସଭାରେ ସଭାପତିତ୍ୱ କରିଥିଲେ। ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ଅଧ୍ୟାପକ ଦୁଷ୍ମନ୍ତ ମାର୍ଥା ସଭା ପରିଚାଳନା କରିଥିଲେ। ଅଧ୍ୟାପକ ଚନ୍ଦନ କୁମାର ସାହୁ, ଅନୁ ଅଗ୍ରୱାଲ, ସଂଗୀତା ମଳିକ ସହଯୋଗ କରିଥିଲେ । ଏହି ଅବସରରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକାବୃନ୍ଦ ଉପସ୍ଥିତ ରହି ଆଲୋଚନାରେ ଭାଗନେଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories