www.samajalive.in
Monday, December 8, 2025
13.1 C
Bhubaneswar

ପାଣିରେ ବୁଡ଼ି ଯୁବକ ମୃତ

ନର୍ଲା: ନର୍ଲା ବ୍ଲକ ଅଧିନ ତୁଳାପଡାଠାରେ ବୁଧବାର ଘଟିଛି ଏକ ଦୁଃଖଦ ଘଟଣା। ଗାଧୋଇବା ସମୟରେ ପାଣିରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତୁଳାପଡାରେ ନିଜ ପରିବାର ସହିତ ରହୁଥିବା ଗାଙ୍ଗୁରାମ ଭୋଇ(୩୬) ନାମକ ଜଣେ ବ୍ୟକ୍ତି ଆଜି ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ପରେ ବ୍ୟକ୍ତି ଜଣକ ପାଣିରେ ପଡ଼ିଥିବା ଲୋକେ ଦେଖିବାକୁ ପାଇଥିଲେ। ଏହାପରେ ତାଙ୍କୁ ପାଣିରୁ ଉଦ୍ଧାର କରି ସ୍ଥାନୀୟ ଲୋକେ ନର୍ଲା ଡାକ୍ତରଖାନାକୁ ଆଣିଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ମ.ରାମପୁର ନେଇ ବ୍ୟବଚ୍ଛେଦ କରାଇ ଘଟଣାର ତଦନ୍ତ କରୁଛି। ତେବେ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ଘଟିଲା ତାହା ଜଣାପଡି ନଥିବା ବେଳେ ସ୍ଥାନୀୟ ପ୍ରତ୍ୟକ୍ଷଦର୍ଶି ମଧ୍ୟ କେହି ନାହାନ୍ତି। ଘରେ ତାଙ୍କର ସ୍ତ୍ରୀ ଓ ଗୋଟିଏ ସନ୍ତାନ ରହିଛନ୍ତି।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories