www.samajalive.in
Saturday, December 6, 2025
16.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ

ପାଟଣା : କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଦଳେଇ ସାହି ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ବିଳମ୍ବିତ ରାତିରେ କୌଣସି ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ତାଙ୍କ ଉପରେ ଚଢି ଯାଇଥିଲା। ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ମୃତ ବ୍ୟକ୍ତିଙ୍କ କୌଣସି ପରିଚୟ ମିଳି ପାରି ନଥିବା ବେଳେ ବ୍ୟକ୍ତି ଜଣକ ଏକ ଲୁଙ୍ଗି ପିନ୍ଧିଛନ୍ତି । ଖବର ପାଇ ଢେଙ୍କିକୋଟ ପୁଲିସ ଘଟଗାଁ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଶବକୁ ଜବତ କରି ଘଟଣାର ତଦନ୍ତ କରୁଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories