www.samajalive.in
Sunday, December 14, 2025
15.1 C
Bhubaneswar

ଦିବ୍ୟାଙ୍ଗ ଯୁବକଙ୍କ ମୃତଦେହ ଉଦ୍ଧାର,ହତ୍ୟା ସନ୍ଦେହ

କାମାକ୍ଷାନଗର – କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ ଖଜୁରିଆ ଗ୍ରାମର ଦିବ୍ୟାଙ୍ଗ ଯୁବକ ମୁନା ନାଟିଆଙ୍କ ମୃତଦେହ ଏକ ଚୋରା ମଦ ଦୋକାନ ନିକଟସ୍ଥ ଗଛରେ ଝୁଲୁ ଥିବାର ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ ଦିବ୍ୟାଙ୍ଗ ମୁନା ନାଟିଆ ସାବତ ପୁଅ ହୋଇଥିବାରୁ ବାପା ମାଆ କେହି ନ ପଚାରିବାରୁ ସେ ଆଜକୁ ତିନି ବର୍ଷ ହେବ  ଏକ ଚୋରା ମଦ ଦୋକାନରେ ବିକ୍ରେତା ଭାବରେ କାମ କରେ। ସବୁ ଦିନ ପରି ସେ ଚୋରା ମଦ ଦୋକାନରେ ରାତିରେ ଶୋଇଥିଲେ । ଗୁରୁବାର ପୂର୍ବାହ୍ନରେ ଏକ ଗଛରେ ରଶିରେ ଝୁଲୁଥିବା ବେଳେ ଗୋଡ଼ ତଳେ ଲାଗିଥିବା ଅବସ୍ଥାରେ ମୃତ ଦେହକୁ ଦେଖି କେତେକ ଲୋକ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ ପରେ ବ୍ୟବଛେଦର ବ୍ୟବସ୍ଥା କରିଛି । ଏହା ଏକ ସୁପରିକଳ୍ପିତ ହତ୍ୟା ହୋଇଥିବା ସନ୍ଦେହ କରାଯାଉଛି। ତେବେ ଶବ ବ୍ୟବଛେଦ ରିପୋର୍ଟକୁ ପୁଲିସ ଅପେକ୍ଷା କରିଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories