www.samajalive.in
Monday, December 8, 2025
14.1 C
Bhubaneswar

ଓଡିଆରେ ନାମଫଳକ ବାଧ୍ୟତା ମୂଳକ ; ନହେଲେ ଗଣିବେ ୨୫ ହଜାର ତଣ୍ଡ

ଭୁବନେଶ୍ୱର : ଏଣିକି ଓଡିଆରେ ନାମଫଳକ ବାଧ୍ୟତାମୂଳକ। ରାଜ୍ୟରେ ଚଳିତ ମାସରୁ ସମସ୍ତ ଦୋକାନ,ବ୍ୟବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ଓଡିଆରେ ଲେଖାଯିବ ନାମଫଳକ। ନିୟମର ଖିଲାପକାରୀଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହ ବ୍ୟବସାୟିକ ପ୍ରତିଷ୍ଠାନର ଲାଇସେନ୍ସ ରଦ୍ଦ କରାଯିବ। ଏହାସହ ଜୋରିମାନା ମଧ୍ୟ ଆଦାୟ କରାଯିବ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।
ଜାରି ହୋଇଥିବା ନିର୍ଦ୍ଦେଶନାମା ଅନୁଯାୟୀ, ଖିଲାପକାରୀଙ୍କୁ ୭ ଦିନିଆ ନୋଟିସ୍‌‌ ଦିଆଯିବା ପରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରଥମ ଥର ଖିଲାପକାରୀଙ୍କୁ ୫ ହଜାର ଟଙ୍କା ଜୋରିମାନା ଏବଂ ଦ୍ୱିତୀୟ ଥର ଖିଲାପକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମାନା ଆଦାୟ କରାଯିବ। ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମାବିଭାଗ ପକ୍ଷରୁ ଏହି ନିୟମର କଡାକଡି ଅନୁଧ୍ୟାନ କରାଯିବ।

ଗତକାଲି ମୁଖ୍ୟ ଶାସନ ସଚିବ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଅଧ୍ୟକ୍ଷତାରେ ଆୟୁକ୍ତ ତଥା ସଚିବ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ, ଶ୍ରମ ଆୟୁକ୍ତ ଏବଂ ଜିଲା ଶ୍ରମ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି।
ସୂଚନା ଯୋଗ୍ୟ, ପୂର୍ବରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡିଆ ଭାଷାର ନାମଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଥିଲା। ଏଥିନିମିତ୍ତ ଶ୍ରମ ଓ ରାଜ୍ୟକର୍ମଚାରୀ ବୀମା ବିଭାଗ ଦ୍ୱାରା ଓଡିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଅଧିନିୟମ ୧୯୫୬ରେ ଆବଶ୍ୟକୀୟ ସଂଶୋଧନ କରାଯାଇଛି। ଏଯାବତ ରାଜ୍ୟରେ ପୌରାଞ୍ଚଳରେ ମୋଟ ୫୨,୦୦୦ ପଞ୍ଜିୀକୃତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ମଧ୍ୟରୁ ପ୍ରାୟତଃ ୪୭,୦୦୦ ପ୍ରତିଷ୍ଠାନରେ ଓଡିଆର ନାମଫଳକ ମଧ୍ୟ ଲଗାଯାଇଛି। ଏହାସହ କିଛି ଖିଲାପକାରୀଙ୍କ ବିରୁଦ୍ଧରେ ମକଦ୍ଦମା ସହ ଜୋରିମାନା ଆଦାୟ କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories