www.samajalive.in
Sunday, December 14, 2025
23.1 C
Bhubaneswar

ମେ ମାସ ଶେଷ ସୁଦ୍ଧା +୨ ପରୀକ୍ଷା ଫଳ ପ୍ରକାଶ ପାଇବ-ମନ୍ତ୍ରୀ

ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ତଥା ଦ୍ବାଦଶଶ୍ରେଣୀ ପରୀକ୍ଷା ମେ’ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ଆସନ୍ତାକାଲି ଠାରୁ +୨ ଖାତା ଦେଖା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୧୦ରୁ ୨୩ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୨୪ରୁ ମେ’ ୭ ପର୍ଯ୍ୟନ୍ତ ଚାଲିବ।

ମେ’ ୭ରେ ଖାତା ଦେଖା ଶେଷ ହେବା ପରେ ପରେ ଟାବୁଲେସନ ପ୍ରକ୍ରିୟା ଆରମ୍ଭ କରାଯିବ ଏବଂ ତାହା ମେ’ ତୃତୀୟ ସପ୍ତାହ ସୁଦ୍ଧା ଶେଷ ହେବ। ଫଳରେ ମେ ଶେଷ ସୁଦ୍ଧା +୨ ତଥା ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇପାରିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରକାଶ କରିଛନ୍ତି।
ଖାତାଦେଖା ପାଇଁ ୬୫ଟି ମୂଲ୍ୟାୟନ କେନ୍ଦ୍ର ଓ ୩୯ଟି ଅନଲାଇନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଖାତାଦେଖାରେ ସହଯୋଗ କରୁଥିବାରୁ ଶିକ୍ଷକମାନଙ୍କୁ ଗଣଶିକ୍ଷା ମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।

Hot this week

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

Related Articles

Popular Categories