www.samajalive.in
Saturday, December 6, 2025
26.1 C
Bhubaneswar

ଲାଞ୍ଜିଗଡରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର

ଲାଞ୍ଜିଗଡ଼ : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ସଭା ଗୃହରେ ଆଜି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇ ଯାଇଛି। କଳାହାଣ୍ଡି ଜିଲ୍ଲାପାଳଙ୍କ ଅନୁପସ୍ଥିତରେ ଅତିରିକ୍ତ ଜିଲ୍ଲାପାଳ ସୁବ୍ରତ କୁମାର ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାଏ, ପିଏଆଇଟିଡିଏ ଟୁନୁ ମେହେର,ଲାଞ୍ଜିଗଡ ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ,ଜିଲ୍ଲା ପରିଷଦ ସଦସ୍ୟା ଅଞ୍ଜଳି ମାଝୀ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ । ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଏବିଡିଓ ବିଭୁତିଭୂଷଣ ଶତପଥି, ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ୍,ଜିପିଇଓ ସରୋଜ ପ୍ରଧାନ, ଏପିଓ ସଞ୍ଜିତ ପରିଡା, ଏସ୍ଇଓ ଅରବିନ୍ଦ ମହାପାତ୍ର, ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ଦଶମତ ମାଝୀ,ବ୍ଳକର ବିଭିନ୍ନ ପଞ୍ଚାୟତ ସରପଞ୍ଚ ଓ ସମିତି ସଭ୍ୟ ତଥା ବ୍ଳକ ଅଧୀନରେ ଥିବା ବିଭିନ୍ନ ବିଭାଗର କର୍ମଚାରୀ ମାନେ ଯୋଗ ଦେଇଥିଲେ । ଏହି ଅବସରରେ ମୋଟ୍ ୧୦୩ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ସେଥି ମଧ୍ୟରୁ ୮୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିବା ବେଳେ ୧୮ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories