www.samajalive.in
Tuesday, December 9, 2025
16.1 C
Bhubaneswar

ଶନିବାର ରାଶିଫଳ

ମେଷ: ଶୃଙ୍ଖଳିତ ପରିବେଶରେ କାର୍ଯ୍ୟ କରିବେ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନ ଲାଭ ହୋଇପାରେ; ମାତ୍ର ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଧାର୍ମିକ, ତେଜସ୍ୱୀ ଓ ବ୍ୟକ୍ତିତ୍ୱଯୁକ୍ତ ହେବେ।
ବୃଷ: ଦିନଟି ସମସ୍ୟା ବହୁଳ ହୋଇପାରେ। ଉଦାର ସ୍ୱଭାବର ହେବେ। ଦୁର୍ଗତଙ୍କ ପାଇଁ ଦାନ କରିପାରନ୍ତି। ବ୍ୟକ୍ତି ବିଶେଷ ଭାବେ ପରିଚୟ ସୃଷ୍ଟି କରିବେ। ସ୍ୱାସ୍ଥ୍ୟ ଭଲ ରହିବ। କୃଷି ଉପରେ ପ୍ରାଧାନ୍ୟ ଦେବେ। ସୁଖୀ ହେବେ।
ମିଥୁନ: ଦିନସାରା କାର୍ଯ୍ୟବ୍ୟସ୍ତ ରହିବେ। କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା କଫ ଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି।
କର୍କଟ: ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି। ନୀତିନିଷ୍ଠ ହେବେ।
ସିଂହ: ଅନ୍ୟକୁ ସାହାଯ୍ୟ କରି ଅପଦସ୍ତ ହୋଇପାରନ୍ତି। ସୁଖଭୋଗ କରିବେ। ସମ୍ମାନିତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଐଶ୍ଚର୍ଯ୍ୟଯୁକ୍ତ ହୋଇପାରନ୍ତି।
କନ୍ୟା: ବହୁ ସୁଖର ଅଧିକାରୀ ହେବେ। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି। ଅଧିକ ବ୍ୟୟ ହେବ। ସ୍ୱଭାବ ସୁଲଭ ଭାଷା ପ୍ରୟୋଗ କରି ଜନ ସମାଜରେ ଆଦରଣୀୟ ହେବେ। ଜ୍ଞାନୀ ହେବେ।
ତୁଳା: ସରକାରୀ ସ୍ତରରେ ସମ୍ମାନିତ ହେବା ସହ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ଆତ୍ମ ସନ୍ତୋଷ ଲାଭ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ।
ବିଛା: ଗୃହ ଉପକରଣ ସଂଗ୍ରହ କରିପାରନ୍ତି। କାର୍ଯ୍ୟର ସଫଳ ରୂପାୟନ କରି ବିଭାଗୀୟ କର୍ତ୍ତୃପକ୍ଷଙ୍କ ପ୍ରଶଂସା ଭାଜନ ହୋଇପାରନ୍ତି। ପରିବାରର ମୁଖପାତ୍ର ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି।
ଧନୁ: ଦେବ ଦର୍ଶନର ସୌଭାଗ୍ୟ ଅଛି। ଭାଗ୍ୟବାନ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ ହେବେ।
ମକର: ପୂର୍ବ ସ୍ଥିତିକୁ ମନେ ପକାଇ କ୍ଷଣିକ ସୁଖ ଅନୁଭବ କରିବେ। ସ୍ୱାଭିମାନୀ ହେବେ। ଥଣ୍ଡା କଫ ଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ଭାଗୁଆଳି ବ୍ୟବସାୟରୁ ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଭୋଗ ଯୋଗୁଁ ସତର୍କ ରହିବେ।
କୁମ୍ଭ: ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି। ବ୍ୟବସାୟୀ ମାନଙ୍କର ଲାଭ ହେବାର ସୁଯୋଗ ଅଛି। ସମାଜ ସେବା ପ୍ରତି ଆଗ୍ରହୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତ ହେବ।-
ମୀନ: ସ୍ୱାଧୀନ ଚିନ୍ତାଧାରା ନେଇ କାର୍ଯ୍ୟ କରିବା ଅପେକ୍ଷା ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ବଳବାନ ଓ ଶତ୍ରୁହନ୍ତା ହେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories