www.samajalive.in
Friday, December 5, 2025
26.1 C
Bhubaneswar

ଜାପାନ ପ୍ରଧାନମନ୍ତ୍ରୀଙ୍କ ସଭାରେ ବିସ୍ଫୋରଣ, ଅଳ୍ପକେ ବର୍ତ୍ତିଲେ ଫୁମିଓ କିସିଦା

ବାକାୟାମା : ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦାଙ୍କ ସଭାରେ ବିସ୍ଫୋରଣ ଘଟିଛି । ବାକାୟାମ୍‌ରେ ଏକ ସଭାରେ ପ୍ରଧାନମନ୍ତ୍ରୀ କିସିଦା ଭାଷଣ ଦେଉଥିବା​ବେଳେ ବିସ୍ଫୋରଣ ଘଟିଥିଲା। ତେବେ ସୌଭାଗ୍ୟବଶତଃ  ପ୍ରଧାନମନ୍ତ୍ରୀଙ୍କର କୌଣସି କ୍ଷତି ହୋଇ ନାହିଁ  ଓ ସେ ସୁରକ୍ଷିତ ଥିବା ଜଣାପଡିଛି। ତାଙ୍କୁ ତୁରନ୍ତ ସେଠାରୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି।

ସ୍ମୋକ୍‌ ବମ୍‌ ଯୋଗେ ବିସ୍ଫୋରଣ ଘଟିଥିବା ଅନୁମାନ କରାଯାଉଛି । କାରଣ ବିସ୍ଫୋରଣ ସ୍ଥଳ ସମ୍ପୂର୍ଣ୍ଣ ଧୁଆଁମୟ ହୋଇଯାଇଥିଲା । ଏହି ଘଟଣାରେ ପୁଲିସ ଜଣଙ୍କୁ ଗିରଫ କରିଛି । ଘଟଣାସ୍ଥଳରୁ ସନ୍ଦିଗ୍ଧକୁ ହେପାଜତକୁ ନେଇ ପୁଲିସ ଅଧିକ ତଦନ୍ତ ଚଳାଇଛି। ବିସ୍ଫୋରଣର ଉଦ୍ଦେଶ୍ୟ କ’ଣ ଓ ଏହି କାରନାମା ପଛରେ କେଉଁ ସଂଗଠନର ହାତ ରହିଛି ? ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ବିସ୍ଫୋରଣ ଯୋଗୁଁ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଲୋକେ ଭୟରେ ଏଣେତେଣେ ଦୌଡ଼ିବାକୁ ଲାଗିଥିଲେ ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories